ସାମାନ୍ୟ କମିଲା ସୁନା ଦର, ଜାଣନ୍ତୁ ଆଜି କେତେ ରହିଛି ଆପଣଙ୍କ ସହରରେ ଦାମ୍‌

ସାମାନ୍ୟ କମିଲା ସୁନା ଦର। ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୦,୯୦୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୨ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୪୯,୯୦୦ ଟଙ୍କାରେ ପହଁଚିଥିବା ଜଣାଯାଇଛି। ଓଡିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୪ କ୍ୟାରେଟ ଓ ୨୨ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୩,୫୩୦ ଟଙ୍କା ଓ ୪୯,୦୭୦ଟଙ୍କା ଛୁଇଁଛି।

gold priceସେହିଭଳି ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୪ କ୍ୟାରେଟ ଓ ୨୨ କ୍ୟାରେଟ ମୂଲ୍ୟ ୫୦,୯୦୦ ଟଙ୍କା ଓ ୪୯,୯୦୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ଦିଲ୍ଲୀରେ ଏହି ଦର ଯଥାକ୍ରମେ ୫୪,୫୪୦ ଟଙ୍କା ଓ ୫୦,୦୦୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୫୩,୫୩୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୪୯,୦୭୦ ଟଙ୍କା ଥିବା ରେକର୍ଡ ହୋଇଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋଗ୍ରାମ ପ୍ରତି ୬୭,୯୦୦ ଟଙ୍କା ପହଞ୍ଚିଥିବା ନେଇ ରେକର୍ଡ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.