ସାମାନ୍ୟ ବଢିଲା ସୁନା ଦର, ଜାଣନ୍ତୁ ଆଜି କେତେ ରହିଛି ଆପଣଙ୍କ ସହରରେ ଦାମ୍‌

ସାମାନ୍ୟ ବଢିଲା ସୁନା ଦର। ଏନେଇ ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୧,୪୫୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୨ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୫୦,୪୫୦ ଟଙ୍କାରେ ପହଁଚିଥିବା ଜଣାଯାଇଛି। ସେହିଭଳି ଓଡିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୪ କ୍ୟାରେଟ ଓ ୨୨ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୪,୦୨୦ ଟଙ୍କା ଓ ୪୯,୫୨୦ ଟଙ୍କା ଥିବା ରେକର୍ଡ ହୋଇଛି।

gold necklace 1ସେହିଭଳି ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୪ କ୍ୟାରେଟ ଓ ୨୨ କ୍ୟାରେଟ ମୂଲ୍ୟ ୫୧,୪୫୦ ଟଙ୍କା ଓ ୫୦,୪୫୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ଦିଲ୍ଲୀରେ ଏହି ଦର ଯଥାକ୍ରମେ ୫୫,୦୩୦ ଟଙ୍କା ଓ ୫୦,୪୫୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୫୪,୦୨୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୪୯, ୫୨୦ ଟଙ୍କା ଥିବା ରେକର୍ଡ ହୋଇଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋଗ୍ରାମ ପ୍ରତି ୬୯,୦୦୦ ଟଙ୍କା ପହଞ୍ଚିଥିବା ନେଇ ରେକର୍ଡ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.