ପୁଣି ବଢିଲା ସୁନା ଦର, ଜାଣନ୍ତୁ ଆଜି କେତେ ହେଲା ଆପଣଙ୍କ ସହରରେ ଗ୍ରାମ ପ୍ରତି ଦାମ୍

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ ପ୍ରତି ୪୭,୧୦୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୯,୧୦୦ ଟଙ୍କା ରହିଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ଯଥାକ୍ରମେ ୪୫,୦୦୦ ଟଙ୍କା ଓ ୪୯,୨୨୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୪୭,୧୦୦ ଟଙ୍କା ଓ ୪୯,୧୦୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୬,୯୬୦ ଟଙ୍କା ଓ ୫୧,୨୨୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ମୂଲ୍ୟ ୪୫,୧୯୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ମୂଲ୍ୟ ୪୮,୨୦୦ ଟଙ୍କା ଥିବା ରେକର୍ଡ ହୋଇଛି ।

silver
pc: tribune india

ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୭,୨୧୦ ଟଙ୍କା ଓ ୫୦,୦୦୦ ଟଙ୍କା ରହିଛି । ଅନ୍ୟପଟେ ଆଜି ରୁପା ମୂଲ୍ୟ କମିଛି। ଆଜି ରୁପା କିଲୋଗ୍ରାମ ପ୍ରତି ୬୫,୦୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

 

Leave A Reply

Your email address will not be published.