ବଢ଼ିଲା ସୁନା ଦର, ଜାଣନ୍ତୁ ଆପଣଙ୍କ ସହରରେ କେତେ ରହିଛି ଦାମ୍

ବଢ଼ିଲା ସୁନା ଦର। ଗତକାଲି ତୁଳନାରେ ଆଜି ୨୨ କ୍ୟାରେଟ ସୁନା ଦର ୧୦ ଗ୍ରାମ ପିଛା ୩୦୦ ଟଙ୍କା ବଢ଼ିଛି। ସେହିପରି ୨୪ କ୍ୟାରେଟ ସୁନା ଦର ୩୨୦ ଟଙ୍କା ଅଧିକ ହୋଇଛି। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୯,୨୦୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୫୩,୬୭୦ ଟଙ୍କାରେ ପହଞ୍ଚିଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୮,୩୪୦ ଟଙ୍କା ଓ ୫୨,୭୩୦ ଟଙ୍କା ଛୁଇଁଛି।
ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୮,୯୫୦ ଟଙ୍କା ଓ ୪୯,୯୫୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୯,୨୦୦ ଟଙ୍କା ଓ ୫୩,୬୭୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୮,୩୪୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୨,୭୩୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୯,୭୩୦ ଟଙ୍କା ଓ ୫୨,୬୪୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋଗ୍ରାମ ପ୍ରତି ୩୦୦ ଟଙ୍କା ବଢ଼ିଛି। ଆଜି ରୁପା ମୂଲ୍ୟ ୬୧,୦୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।