Below header

ଆଗକୁ ଅକ୍ଷୟ ତୃତୀୟାରେ, ଆଜି ସୁନା ଦାମରେ ଆସିଲା ପରିବର୍ତ୍ତନ

କିଛି ଦିନ ହେବ ସୁନାର ଦାମ୍ ଆକାଶ ଛୁଆଁ ରହୁଛି । ତେବେ ଆଜି ସୁନା ଦାମରେ ପରିବର୍ତ୍ତନ ଦେଖିବାକୁ ମିଳିଛି । ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦର ୬୬,୩୬୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ୍ ସୁନା ଦର ୭୨ ହଜାର ୩୯୦ ହୋଇଛି ।

ଆଗକୁ ଆସୁଛି ବିବାହ ଋତୁ । ଦିନକୁ ଦିନକୁ ସୁନାର ଦାମ୍ ବୃଦ୍ଧି ପାଉଥିବାରୁ ସୁନା କିଣିବାକୁ ଚିନ୍ତାରେ ପଡିଲେଣି ଗ୍ରାହକ । କିଛି ଦିନ ହେବ ସୁନାର ଦାମ୍ ଆକାଶ ଛୁଆଁ ରହୁଛି । ତେବେ ଆଜି ସୁନା ଦାମରେ ପରିବର୍ତ୍ତନ ଦେଖିବାକୁ ମିଳିଛି ।

ଆଜି ଭାରତୀୟ ବଜାରରେ ଆଜି ୨୪ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୭୨ ହଜାର ୩୯୦ ଟଙ୍କା ହୋଇଥିବା ବେଳେ ୨୨ କ୍ୟାରେଟ ସୁନା ୧୦ ଗ୍ରାମ ପିଛା ୬୬ ହଜାର ୩୬୦ଟଙ୍କା ରହିଛି । ତେବେ ଆଜି ସୁନା କିଣିବା ପୂର୍ବରୁ ନଜର ପକାନ୍ତୁ ଆଜି ଓଡିଶାରେ କେତେ ରହିଛି ସୁନା ଦର । ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦର ୬୬,୩୬୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ୍ ସୁନା ଦର ୭୨ ହଜାର ୩୯୦ ହୋଇଛି ।

ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୬୬,୩୬୦ ଟଙ୍କା ଓ ୭୨,୩୯୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ୬୬,୫୧୦ ଟଙ୍କା ଓ ୭୨,୫୪୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୬୬,୪୧୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୭୨,୪୪୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୬୬,୩୬୦ ଟଙ୍କା ଓ ୭୨,୩୯୦ ଟଙ୍କା ରହିଛି । ଅନ୍ୟ ପଟେ ରୁପା ଦର ମଧ୍ୟ ବୃଦ୍ଧି ହୋଇ କେଜି ପ୍ରତି ୮୫ ହଜାର ୧୦୦ ଟଙ୍କା ହୋଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.