Below header

ଦିନ ପରେ ଅକ୍ଷୟ ତୃତୀୟା, ସୁନା କିଣିବା ପୂର୍ବରୁ ଜାଣି ରଖନ୍ତୁ ଦର

ଆଜି ଭାରତୀୟ ବଜାରରେ ଆଜି ୨୪ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୭୨ ହଜାର ୨୬୦ ଟଙ୍କା ହୋଇଥିବା ବେଳେ ୨୨ କ୍ୟାରେଟ ସୁନା ୧୦ ଗ୍ରାମ ପିଛା ୬୬ ହଜାର ୨୪୦ଟଙ୍କା ରହିଛି । ସେହିପରି ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦର ୬୬,୨୪୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ୍ ସୁନା ଦର ୭୨ ହଜାର ୨୬୦ ହୋଇଛି ।

ଆଉ ମାତ୍ର ଗୋଟିଏ ଦିନ ପରେ ପବିତ୍ର ଅକ୍ଷୟ ତୃତୀୟା । ଏହା ବର୍ଷର ସବୁଠାରୁ ଶୁଭ ତିଥି ହୋଇଥାଏ । କୁହାଯାଏ ଏହିଦିନ ସୁନା ରୂପା କିଣିବା ଦ୍ୱାରା ମା’ ଲକ୍ଷ୍ମୀ ପ୍ରସନ୍ନ ହୋଇଥାନ୍ତି ଓ ତାଙ୍କ ଆଶୀର୍ବାଦରୁ ଧନଧାନ୍ୟ ସୁଖ ସମୃଦ୍ଧି ବୃଦ୍ଧି ହୋଇଥାଏ । କିନ୍ତୁ ଆଜିର ମହଙ୍ଗା ବଜାରରେ ସୁନା ରୂପା କିଣିବା ସମସ୍ତଙ୍କ ଲାଗି ସମ୍ଭବ ନୁହେଁ । ଦିନକୁ ଦିନକୁ ସୁନାର ଦାମ୍ ବୃଦ୍ଧି ପାଉଥିବାରୁ ସୁନା କିଣିବାକୁ ଚିନ୍ତାରେ ପଡିଲେଣି ଗ୍ରାହକ । କିଛି ଦିନ ହେବ ସୁନାର ଦାମ୍ ଆକାଶ ଛୁଆଁ ରହୁଛି । ତେବେ ଆଜି ସୁନା ଦାମରେ ପରିବର୍ତ୍ତନ ଦେଖିବାକୁ ମିଳିଛି ।

ଆଜି ଭାରତୀୟ ବଜାରରେ ଆଜି ୨୪ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୭୨ ହଜାର ୨୬୦ ଟଙ୍କା ହୋଇଥିବା ବେଳେ ୨୨ କ୍ୟାରେଟ ସୁନା ୧୦ ଗ୍ରାମ ପିଛା ୬୬ ହଜାର ୨୪୦ଟଙ୍କା ରହିଛି । ସେହିପରି ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦର ୬୬,୨୪୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ୍ ସୁନା ଦର ୭୨ ହଜାର ୨୬୦ ହୋଇଛି ।

ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୬୬,୨୪୦ ଟଙ୍କା ଓ ୭୨,୨୬୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ୬୬,୩୯୦ ଟଙ୍କା ଓ ୭୨,୫୪୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୬୬,୨୯୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୭୨,୩୨୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୬୬,୨୪୦ ଟଙ୍କା ଓ ୭୨,୨୬୦ ଟଙ୍କା ରହିଛି । ଅନ୍ୟ ପଟେ ରୁପା ଦର ମଧ୍ୟ ବୃଦ୍ଧି ହୋଇ କେଜି ପ୍ରତି ୮୪ ହଜାର ୯୦୦ ଟଙ୍କା ହୋଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.