ଭାରତୀୟ ବଜାରରେ ବଢ଼ିଲା ସୁନା ଦର, ଜାଣନ୍ତୁ ଆପଣଙ୍କ ସହରରେ କେତେ ଅଛି ଦାମ୍

ଭାରତୀୟ ବଜାରରେ ପୁଣି ବଢ଼ିଛି ସୁନା ଦର । ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୬, ୫୦୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୭,୫୦୦ ଟଙ୍କା ରହିଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୬,୬୬୦ ଓ ୪୮,୩୬୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୬,୫୦୦ ଟଙ୍କା ଓ ୪୭,୫୦୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୬ , ୪୫୦ ଟଙ୍କା ଓ ୫୦,୬୬୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୪,୬୪୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୪୮,୭୦୦ ଟଙ୍କା ଥିବା ରେକର୍ଡ ହୋଇଛି ।

ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୬, ୭୫୦ ଟଙ୍କା ଓ ୪୯,୪୫୦ ଟଙ୍କା ରହିଛି । ଅନ୍ୟପଟେ ଆଜି ରୂପା ମୂଲ୍ୟ ଗ୍ରାମ ପ୍ରତି ୧୦୦ ଟଙ୍କା କମିଛି । ଆଜି ରୂପା କିଲୋଗ୍ରାମ ପ୍ରତି ୬୩,୫୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

Leave A Reply

Your email address will not be published.