ଜାଣନ୍ତୁ ଆଜି ଆପଣଙ୍କ ସହରରେ କେତେ ରହିଛି ସୁନା ଦାମ୍

ଭାରତୀୟ ବଜାରରେ ଗତକାଲି ତୁଳନାରେ ସାମାନ୍ଯ କମିଛି ସୁନା ଦର । ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୬, ୧୩୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୭,୧୩୦ ଟଙ୍କା ରହିଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୬,୪୬୦ ଓ ୪୮,୬୫୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୬,୧୩୦ ଟଙ୍କା ଓ ୪୭,୧୩୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୬ , ୨୫୦ ଟଙ୍କା ଓ ୫୦,୪୫୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୪,୪୯୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୪୮,୫୪୦ ଟଙ୍କା ଥିବା ରେକର୍ଡ ହୋଇଛି ।

ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୬, ୬୦୦ ଟଙ୍କା ଓ ୪୯,୩୦୦ ଟଙ୍କା ରହିଛି । ଅନ୍ୟପଟେ ଆଜି ରୂପା ମୂଲ୍ୟ କିଲୋଗ୍ରାମ ପ୍ରତି ୧୦୦ ଟଙ୍କା କମିଛି । ଆଜି ରୂପା କିଲୋଗ୍ରାମ ପ୍ରତି ୬୩,୫୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.