Below header

ସାମାନ୍ୟ ବଢ଼ିଲା ସୁନା ଦର, ଜାଣନ୍ତୁ କେଉଁ ସହରରେ କେତେ ରହିଛି ଦାମ୍

ସାମାନ୍ୟ ବଢ଼ିଲା ସୁନା ଦର।‌ ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୪,୧୨୦ ଟଙ୍କାରେ ପହଁଚିଥିବା ବେଳେ ୨୨ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୪୯,୮୧୦ ଟଙ୍କାରେ ପହଁଚିଥିବା ଜଣାଯାଇଛି। ଓଡିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୪ କ୍ୟାରେଟ ଓ ୨୨ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୩,୩୨୦ ଟଙ୍କା ଓ ୪୮,୮୯୦ ଟଙ୍କା ଛୁଇଁଛି।

gold1

ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୪ କ୍ୟାରେଟ ଓ ୨୨ କ୍ୟାରେଟ ମୂଲ୍ୟ ୫୦,୫୧୦ ଟଙ୍କା ଓ ୪୯,୫୧୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ଦିଲ୍ଲୀରେ ଏହି ଦର ଯଥାକ୍ରମେ ୫୪,୧୨୦ ଟଙ୍କା ଓ ୪୯,୬୧୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୫୩,୩୨୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୪୮,୮୯୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୩,୯୧୦ ଟଙ୍କା ଓ ୫୦,୨୧୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋଗ୍ରାମ ପ୍ରତି ୬୭,୨୧୦ ଟଙ୍କା ପହଁଚିଥିବା ନେଇ ରେକର୍ଡ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.