ସ୍ଥିର ରହିଛି ସୁନା ଦର, ଜାଣନ୍ତୁ ଆଜିର ତାଜା ଅପଡେଟ୍

ଆଜି ଭାରତୀୟ ବଜାରରେ ସୁନା ଦର ସ୍ଥିର ରହିଛି । ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୬,୧୬୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୭,୧୬୦ ଟଙ୍କା ରହିଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୪,୧୧୦ ଟଙ୍କା ଓ ୪୮,୧୧୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦର ସ୍ଥିର ରହିଛି । ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୬,୧୬୦ ଟଙ୍କା ଓ ୪୭,୧୬୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୬,୧୫୦ ଟଙ୍କା ଓ ୫୦,୨୫୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୪,୪୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୪୮,୪୪୦ ଟଙ୍କା ଥିବା ରେକର୍ଡ ହୋଇଛି ।

ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୬,୬୭୦ ଟଙ୍କା ଓ ୫୦,୨୫୦ ଟଙ୍କା ରହିଛି । ଅନ୍ୟପଟେ ଆଜି ରୂପା ମୂଲ୍ୟ ମଧ୍ୟ ସ୍ଥିର ରହିଛି । ଆଜି ରୂପା କିଲୋଗ୍ରାମ ପ୍ରତି ୬୭,୯୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.