ଆଜି ସ୍ଥିର ରହିଛି ସୁନା ଦର; କିଣିବା ପୂର୍ବରୁ ଯାଞ୍ଚ କରନ୍ତୁ ମୂଲ୍ୟ

ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ସୁନା ଦରରେ ସାମାନ୍ୟ ପରିବର୍ତ୍ତନ ଦେଖାଦେଇଛି। ଆଜି ଭୁବନେଶ୍ୱରରେ ୨୨ କ୍ୟାରେଟ୍ ସୁନା ଦାମ୍ ୧୦ ଗ୍ରାମ ପ୍ରତି ୪୭,୬୫୦ ଟଙ୍କା ରହିଛି ସେହିପରି ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ରହିଛି ୫୧,୯୮୦ ଟଙ୍କା।

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ ପ୍ରତି ୪୭,୩୩୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୧,୬୭୦ ଟଙ୍କା ରହିଛି। ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୪୭,୬୫୦ ଟଙ୍କା ଓ ୫୧,୯୮୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୭,୮୦୦ ଟଙ୍କା ଓ ୫୨,୧୪୦ ଟଙ୍କା ରହିଛି।

ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ମୂଲ୍ୟ ୪୭,୯୨୭ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ମୂଲ୍ୟ ୫୨,୨୮୫ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୭୬୫୦ ଟଙ୍କା ଓ ୫୧,୯୮୦ ଟଙ୍କା ରହିଛି । ସେହିପରି ଆଜି ରୁପା ମୂଲ୍ୟ ମଧ୍ୟ ସ୍ଥିର ରହିଛି। ଆଜି ରୁପା କିଲୋଗ୍ରାମ ପ୍ରତି ୫୪,୮୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.