କଣ ରହିଛି ଆଜିର ସୁନା ଦର ; ଏଠାରେ ଚେକ କରି ଜାଣି ନିଅନ୍ତୁ

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ ପ୍ରତି ୪୬,୮୯୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୧,୧୯୦ ଟଙ୍କା ରହିଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ଯଥାକ୍ରମେ ୪୭,୦୦୦ ଟଙ୍କା ଓ ୫୧,୨୭୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୪୭,୦୦୦ ଟଙ୍କା ଓ ୫୧,୨୭୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୭,୧୫୦ ଟଙ୍କା ଓ ୫୧,୪୪୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ମୂଲ୍ୟ ୪୭,୯୨୭ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ମୂଲ୍ୟ ୫୨,୨୮୫ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୭,୦୦୦ ଟଙ୍କା ଓ ୫୧,୨୭୦ ଟଙ୍କା ରହିଛି ।

ସେହିପରି ଆଜି ରୁପା ମୂଲ୍ୟ ମଧ୍ୟ କମିଛି। ଆଜି ରୁପା କିଲୋଗ୍ରାମ ପ୍ରତି ୮୦୦ ଟଙ୍କା କମି ୫୦,୮୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.