କମିଲା ସୁନା ଦର। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୨୭୦ଟଙ୍କା ହ୍ରାସ ପାଇ ୪୭,୯୬୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୨୭୦ ଟଙ୍କା ହ୍ରାସ ପାଇ ୪୮,୯୬୦ ଟଙ୍କା ଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୫,୫୦୦ ଟଙ୍କା ଓ ୪୯,୬୪୦ ଟଙ୍କା ରହିଛି।
ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୭,୯୬୦ ଟଙ୍କା ଓ ୪୮,୯୬୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୬,୭୦୦ ଟଙ୍କା ଓ ୫୦,୯୦୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୫,୮୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୦,୦୦୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୭,୭୫୦ ଟଙ୍କା ଓ ୫୦,୪୫୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ ଆଜି କମିଛି। ଆଜି ରୁପା ମୂଲ୍ୟ କିଲୋଗ୍ରାମ ପ୍ରତି ୧୨୦୦ ଟଙ୍କା କମି ୭୦,୮୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।