ସାମାନ୍ଯ ବଢିଲା ସୁନା ଦର, ଜାଣନ୍ତୁ ଆଜିର ତାଜା ଅପଡେଟ୍

ଭୁବନେଶ୍ବର: ସାମାନ୍ଯ ବଢିଲା ସୁନା ଦର। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୮,୩୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୪୯,୩୦୦ ଟଙ୍କା ଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୫,୯୦୦ଟଙ୍କା ଓ ୫୦,୦୭୦ ଟଙ୍କା ରହିଛି।

ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୮,୩୦୦ ଟଙ୍କା ଓ ୪୯,୩୦୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୭,୧୦୦ ଟଙ୍କା ଓ ୫୧,୨୫୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୬,୧୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୦,୩୫୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୭,୯୦୦ ଟଙ୍କା ଓ ୫୦,୭୦୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ ଆଜି କମିଛି। ଆଜି ରୁପା ମୂଲ୍ୟ କିଲୋଗ୍ରାମ ପ୍ରତି ୧୨୦୦ ଟଙ୍କା କମି ୭୦,୮୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.