ବଡ଼ ଆଶ୍ବସ୍ତି: ଭାରତୀୟ ବଜାରରେ କମିଲା ସୁନା ଦର; ଜଲଦି କିଣନ୍ତୁ ଅଳଙ୍କାର

ଗତ କିଛି ଦିନ ଧରି ସୁନା ଦାମ୍ ହୁ ହୁ ହୋଇ ବୃଦ୍ଧି ପାଇ ଲକ୍ଷେ ଟଙ୍କା ଅତିକ୍ରମ କରିଥିବା ଏବେ ଗ୍ରାହକଙ୍କ ପାଇଁ ସାମାନ୍ୟ ଆଶ୍ୱସ୍ତି ମିଳିଛି । ସୁନା ଦର ହ୍ରାସ ହୋଇଛି । ତେବେ ଆସନ୍ତୁ ଜାଣିବା, ସୁନା ଦର କେଉଁଠି କେତେ ? ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୯୫, ୭୩୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୮୭ ହଜାର ୭୫୦ ଟଙ୍କା ଛୁଇଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୯୫, ୭୩୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ୮୭ ହଜାର ୭୫୦ ଟଙ୍କାକୁ ପହଞ୍ଚିଛି । ମୁମ୍ବାଇରେ ୨୪ କ୍ୟାରେଟ୍ ମୂଲ୍ୟ ୯୫,୭୩୦ ଟଙ୍କା ଓ ୨୨ କ୍ୟାରେଟ୍ ମୂଲ୍ୟ ୮୭ ,୭୫୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ୯୫, ୮୮୦ ଟଙ୍କା ଓ ୨୨ କ୍ୟାରେଟ୍ ୮୭,୯୦୦ଟଙ୍କା ରହିଛି ।
ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୯୫, ୭୩୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୮୭,୭୫୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୯୫, ୭୩୦ ଓ ୮୭,୭୫୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୧,୦୦,୭୦୦ ଟଙ୍କା ହୋଇଛି ।
କେମିତି ଜାଣିବେ ସୁନାର ଶୁଦ୍ଧତା ଜାଣନ୍ତୁ…
ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତେବେ ଆପଣ ‘BIS Care app’ରେ ଯାଞ୍ଚ କରିପାରିବେ ।
ସୁନାର ଲାଇସେନ୍ସ ନମ୍ବର, ହଲମାର୍କ କିମ୍ବା ପଞ୍ଜୀକରଣ ସଂଖ୍ୟା ଭୁଲ ଥିଲେ, ଆପଣ ସିଧାସଳଖ ସରକାରଙ୍କ ନିକଟରେ ଅଭିଯୋଗ କରିପାରିବେ ।
ଅଭିଯୋଗ କରିବା ପରେ ଏହି ପ୍ରସଙ୍ଗରେ କ’ଣ ପଦକ୍ଷେପ ନିଆଯାଇଛି ସେ ସମ୍ବନ୍ଧରେ ମଧ୍ୟ ସୂଚନା ପାଇପାରିବେ ।
ସଠିକ୍ ଦାମ୍ରେ କେମିତି କିଣିବେ ସୁନା
ସବୁବେଳେ ସୁନାର ଦାମ୍ ବୃଦ୍ଧି ଓ ହ୍ରାସ ପାଇଥାଏ । ନିୟମିତ ସୁନାର ଦାମ୍ ଚେକ୍ କରନ୍ତୁ ଯାହାଦ୍ୱାରା ଆପଣ ସୁନାର ଦାମ୍ ହ୍ରାସ ବେଳେ ଗହଣା କିଣିପାରିବେ।
ସୁନା କିଣିବା ବେଳେ ହଲ୍ମାର୍କ ଦେଖି ସୁନା କିଣନ୍ତୁ ।
ସୁନା କିଣିବା ବେଳେ ମେକିଂ ଚାର୍ଜ ଉପରେ ଧ୍ୟାନ ଦିଅନ୍ତୁ ।
ଆହୁରି ପଢ଼ନ୍ତୁ : ଆଜିଠୁ ବଦଳିଲା ନିୟମ: ମହଙ୍ଗା ହେବ ATM ଟ୍ରାଞ୍ଜାକ୍ସନଠାରୁ ଆରମ୍ଭ କରି ରେଲୱେ ଟିକେଟ୍, ଜାଣନ୍ତୁ ସମ୍ପୂର୍ଣ୍ଣ…