ବଡ଼ ଆଶ୍ବସ୍ତି: ଭାରତୀୟ ବଜାରରେ କମିଲା ସୁନା ଦର; ଜଲଦି କିଣନ୍ତୁ ଅଳଙ୍କାର

ଚମକୁଛି ସୁନା, ବଢୁଛି ଦର । ବିଶ୍ବ ବଜାରରେ ଅସ୍ଥିରତା ଓ ଅନିଶ୍ଚତତା ମଧ୍ୟରେ ସୁନାର ଚମକ ବଢ଼ିଚାଲିଛି । ଯଦି ସୁନା କିଣିବାକୁ ଯାଉଛନ୍ତି ନଜର ପକାନ୍ତୁ ଆଜି ଓଡ଼ିଶା ସମେତ ଦେଶର ପ୍ରମୁଖ ସହର ମାନଙ୍କରେ କେତେ ରହିଛି ସୁନା ଦର । ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୯୧ ହଜାର ୬୪୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ୮୪ ହଜାର ୦୦୦ ଟଙ୍କାକୁ ପହଞ୍ଚିଛି ।
ସେହିପରି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୯୧ ହଜାର ୬୪୦ ଟଙ୍କା ହୋଇଛି । ଏହାସହ ୨୨ କ୍ୟାରେଟ୍ ସୁନା ମୂଲ୍ୟ ୮୪, ୦୦୦ ଟଙ୍କା ଛୁଇଁଛି । ମୁମ୍ବାଇରେ ୨୪ କ୍ୟାରେଟ୍ ମୂଲ୍ୟ ୯୧, ୬୪୦ ଟଙ୍କା ଓ ୨୨ କ୍ୟାରେଟ୍ ମୂଲ୍ୟ ୮୪,୦୦୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ୯୧, ୭୯୦ ଟଙ୍କା ଓ ୨୨ କ୍ୟାରେଟ୍ ୮୪, ୧୫୦ ଟଙ୍କା ରହିଛି ୮୪, ୧୫୦ ଟଙ୍କା
ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୯୧, ୬୪୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୮୪,୦୦୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୯୧,୬୪୦ଓ ୮୪, ୦୦୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୧,୦୮,୦୦୦ ଟଙ୍କା ହୋଇଛି ।
ଆହୁରି ପଢ଼ନ୍ତୁ : ରେକର୍ଡ ଭାଙ୍ଗିଲା ସୁନା ଦର ; ଲକ୍ଷେ ଛୁଇଁବାକୁ ଆଉ ଅଳ୍ପ ଦିନ