୧୦ ଜୁନ ଯାଏଁ ବଢିଲା ୨୪୨୮ ଗ୍ରାମୀଣ ଡାକ ସେବକ ପଦବୀ ପାଇଁ ଆବେଦନ, ଜଲଦି କରିଦିଅନ୍ତୁ ଆପ୍ଲାଏ

ଭାରତୀୟ ଡାକ ବିଭାଗରେ ଚାକିରି ଖୋଜୁଥିବା ପ୍ରାର୍ଥୀଙ୍କ ପାଇଁ ଖୁସିଖବର। ମହାରାଷ୍ଟ୍ର ପୋଷ୍ଟଲ ସର୍କଲରେ ୨୪୨୮ ଗ୍ରାମୀଣ ଡାକ ସେବକ ପଦବୀ ପାଇଁ ଅନଲାଇନ ଆବେଦନ ଗ୍ରହଣ କରୁଛି। ଇଚ୍ଛୁକ ଏବଂ ଯୋଗ୍ଯ ପ୍ରାର୍ଥୀ ମହାରାଷ୍ଟ୍ର ପୋଷ୍ଟାଲ ସର୍କଲ ଭର୍ତ୍ତିକୁ ଯାଇ ଆବେଦନ କରିପାରିବେ। ଅଧିକ ଜାଣିବା ପାଇଁ ଇଣ୍ଡିଆ ପୋଷ୍ଟର ଅଧିକାରକ ୱେବସାଇଟକୁ appost.in କୁ ଯାଇ ଏହିସବୁ ପଦବୀ ପାଇଁ ଆବେଦନ କରିପାରିବେ। ଏବେ ଏହାର ତାରିଖକୁ ୧୦ ଜୁନ ଯାଏଁ ବଢାଇଦିଆଯାଇଛି।

ଅଧିକ ଜାଣିବା ପାଇଁ ଏଠାରେ କ୍ଲିକ କରନ୍ତୁ

https://indiapost.gov.in
https://appost.in/gdsonline

ପଦବୀ ବିବରଣୀ: ୨୪୨୮

ଶିକ୍ଷାଗତ ଯୋଗ୍ଯତା: ଏଥିରେ ଆବେଦନ କରିବା ପାଇଁ ପ୍ରାର୍ଥୀଙ୍କୁ କୌଣସି ମାନ୍ଯତା ପ୍ରାପ୍ତ ସଂସ୍ଥାରୁ ବୋର୍ଡ ପରୀକ୍ଷା ବା ୧୦ମ ପାସ୍ କରିବା ଆବଶ୍ଯକ। ପ୍ରାର୍ଥୀଙ୍କୁ ସ୍ଥାନୀୟ ଭାଷା ମଧ୍ୟଆସୁଥିବା ଜରୁରୀ।

ବୟସ ସୀମା: ଗ୍ରାମୀଣ ଡାକ ସେବକ ପାଇଁ ପ୍ରାର୍ଥୀଙ୍କ ସର୍ବନିମ୍ନ ବୟସ ୧୮ ବର୍ଷ ଏବଂ ସର୍ବାଧିକ ବୟସ ୪୦ ବର୍ଷ ହୋଇଥିବା ଆବଶ୍ଯକ।

ଆବେଦନ ଶୁଳ୍କ: ଏହିସବୁ ପଦବୀରେ ଆବେଦନ କରିବା ପାଇଁ ସାଧାରଣ ବର୍ଗ ଏବଂ ଓବିସି ପୁରୁଷଙ୍କ ପାଇଁ ୧୦୦ ଟଙ୍କା ଶୁଳ୍କ ରହିଥିବା ବେଳେ ଏସସି/ଏସଟି ବର୍ଗ ପାଇଁ କୌଣସି ଆବେଦନ ଶୁଳ୍କ ନାହିଁ।

ଦରମା: ଆବେଦନକାରୀଙ୍କୁ ମାସକୁ ୧୦ ହଜାରରୁ ୧୪ ହଜାର ପର୍ଯ୍ଯନ୍ତ ମାସିକ ଦରମା ମିଳିବ।

ଚୟନ ପ୍ରକ୍ରିୟା: ଡାକ ବିଭାଗରେ ଗ୍ରାମୀଣ ଡାକ ସେବକ ପାଇଁ କୌଣସି ଲିଖିତ ପରୀକ୍ଷା ଦେବାକୁ ପଡିବ ନାହିଁ। କେବଳ ମେରିଟ ଲିଷ୍ଟ ଆଧାରରେ ଚୟନ କରାଯିବ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.