୧୦ମ ପାସ୍ କରିଛନ୍ତି ? India Post ରେ ଖାଲିପଡିଛି ୪୩୬୮ ପଦବୀ

ଭାରତୀୟ ଡାକ ବିଭାଗରେ ଚାକିରି ଖୋଜୁଥିବା ପ୍ରାର୍ଥୀଙ୍କ ପାଇଁ ଖୁସିଖବର। ବିହାର ପୋଷ୍ଟଲ ସର୍କଲରେ ୧୯୪୦ ଏବଂ ମହାରାଷ୍ଟ୍ର ସର୍କଲରେ ୨,୪୨୮ ଗ୍ରାମୀଣ ଡାକ ସେବକ ପଦବୀ ପାଇଁ ଅନଲାଇନ ଆବେଦନ ଗ୍ରହଣ କରୁଛି। ଇଚ୍ଛୁକ ଏବଂ ଯୋଗ୍ଯ ପ୍ରାର୍ଥୀ ବିହାର ପୋଷ୍ଟାଲ ସର୍କଲ ଭର୍ତ୍ତି ଏବଂ ମହାରାଷ୍ଟ୍ର ପୋଷ୍ଟଲ ସର୍କଲ ଭର୍ତ୍ତିକୁ ଯାଇ ଆବେଦନ କରିପାରିବେ। ଅଧିକ ଜାଣିବା ପାଇଁ ଇଣ୍ଡିଆ ପୋଷ୍ଟର ଅଧିକାରକ ୱେବସାଇଟକୁ appost.in କୁ ଯାଇ ଏହିସବୁ ପଦବୀ ପାଇଁ ଆବେଦନ କରିପାରିବେ।

ଆବେଦନ କରିବାର ଶେଷ ତାରିଖ ୨୬ ମଇ ୨୦୨୧ ରହିଛି। ଆସନ୍ତୁ ଜାଣିବା ଏହି ନିଯୁକ୍ତି ସମ୍ପର୍କରେ…

ପଦବୀ ବିବରଣୀ: ୪୩୬୮

ବିହାର ପୋଷ୍ଟାଲ ସର୍କଲ : ୧୯୪୦
ମହାରାଷ୍ଟ୍ର ପୋଷ୍ଟାଲ ସର୍କଲ: ୨,୪୨୮

ଶିକ୍ଷାଗତ ଯୋଗ୍ଯତା: ଏଥିରେ ଆବେଦନ କରିବା ପାଇଁ ପ୍ରାର୍ଥୀଙ୍କୁ କୌଣସି ମାନ୍ଯତା ପ୍ରାପ୍ତ ସଂସ୍ଥାରୁ ବୋର୍ଡ ପରୀକ୍ଷା ବା ୧୦ମ ପାସ୍ କରିବା ଆବଶ୍ଯକ। ପ୍ରାର୍ଥୀଙ୍କୁ ସ୍ଥାନୀୟ ଭାଷା ମଧ୍ୟଆସୁଥିବା ଜରୁରୀ।

ବୟସ ସୀମା: ଗ୍ରାମୀଣ ଡାକ ସେବକ ପାଇଁ ପ୍ରାର୍ଥୀଙ୍କ ସର୍ବନିମ୍ନ ବୟସ ୧୮ ବର୍ଷ ଏବଂ ସର୍ବାଧିକ ବୟସ ୪୦ ବର୍ଷ ହୋଇଥିବା ଆବଶ୍ଯକ।

ଆବେଦନ ଶୁଳ୍କ: ଏହିସବୁ ପଦବୀରେ ଆବେଦନ କରିବା ପାଇଁ ସାଧାରଣ ବର୍ଗ ଏବଂ ଓବିସି ପୁରୁଷଙ୍କ ପାଇଁ ୧୦୦ ଟଙ୍କା ଶୁଳ୍କ ରହିଥିବା ବେଳେ ଏସସି/ଏସଟି ବର୍ଗ ପାଇଁ କୌଣସି ଆବେଦନ ଶୁଳ୍କ ନାହିଁ।

ଚୟନ ପ୍ରକ୍ରିୟା: ଡାକ ବିଭାଗରେ ଗ୍ରାମୀଣ ଡାକ ସେବକ ପାଇଁ କୌଣସି ଲିଖିତ ପରୀକ୍ଷା ଦେବାକୁ ପଡିବ ନାହିଁ। କେବଳ ମେରିଟ ଲିଷ୍ଟ ଆଧାରରେ ଚୟନ କରାଯିବ।

ଅଧିକ ଜାଣିବା ପାଇଁ ଏଠାରେ କ୍ଲିକ କରନ୍ତୁ

https://indiapostgdsonline.in/gdsonlinec3p7/reference.aspx

http://appost.in/gdsonline/

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.