ଇଞ୍ଜିନିୟରିଂ ପରୀକ୍ଷା ଦେଉଥିବା ପିଲାଙ୍କ ପାଇଁ ଖୁସି ଖବର, ଏଣିକି ଆଞ୍ଚଳିକ ଭାଷାରେ ହେବ ଜେଇଇ- ମେନ ପରୀକ୍ଷା

ସର୍ବଭାରତୀୟ ସ୍ତରରେ ଇଞ୍ଜିନିୟରିଂ ପରୀକ୍ଷା ଦେଉଥିବା ପରୀକ୍ଷାର୍ଥୀଙ୍କ ପାଇଁ ଖୁସି ଖବର । ୨୦୨୧ ଠାରୁ ଯୁଗ୍ମ ପ୍ରବେଶିକା ପରୀକ୍ଷା- ମେନ୍ ପ୍ରଶ୍ନପତ୍ର ୧୧ଟି ଆଞ୍ଚଳିକ ଭାଷାରେ ପ୍ରସ୍ତୁତ ହେବ। କେନ୍ଦ୍ର ମାନବ ସମ୍ବଳ ବିକାଶ ମନ୍ତ୍ରାଳୟ ପକ୍ଷରୁ ଏନେଇ ନ୍ୟାସନାଲ ଟେଷ୍ଟିଂ ଏଜେନ୍‌ସିକୁ ନିର୍ଦ୍ଦେଶ ଦିଆଯାଇଛି। ଅହମିୟା, ବଙ୍ଗଳା, ଇଂରାଜୀ, ଗୁଜୁରାଟୀ, ହିନ୍ଦି, କନ୍ନଡ, ମରାଠୀ, ଓଡ଼ିଆ, ତାମିଲ, ତେଲୁଗୁ ଓ ଉର୍ଦ୍ଦୁ ଭାଷାରେ ଜେଇଇ ପ୍ରଶ୍ନପତ୍ର ପ୍ରସ୍ତୁତ ହେବ। ତେବେ କମ୍ ସମୟ ମଧ୍ୟରେ ଆଞ୍ଚଳିକ ଭାଷାରେ ପ୍ରଶ୍ନପତ୍ର ପ୍ରସ୍ତୁତି ନେଇ ବିଳମ୍ବ ହେବା ସମ୍ଭାବନା ଥିବାରୁ ଏହାକୁ ୨୦୨୧ ଜାନୁଆରି ମାସରେ ପରୀକ୍ଷାରେ ଲାଗୁ କରାଯିବ।

ଏହାସହ ପଢନ୍ତୁ: ଖାଲି ପଡିଥିବା ୧,୪୦୨ ପଦ ପାଇଁ ହେବ ଭର୍ତ୍ତି, ଜଲଦି କରନ୍ତୁ ଆବେଦନ

ଏନେଇ ଏନଟିଏକୁ ପ୍ରଶ୍ନପତ୍ର ପ୍ରସ୍ତୁତି ପାଇଁ ମନ୍ତ୍ରାଳୟ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ଏହି ନିଷ୍ପତ୍ତି ପରେ ପରୀକ୍ଷାର୍ଥୀମାନେ ଇଂରାଜୀ ଓ ହିନ୍ଦି ବଦଳରେ ନିଜ ମାତୃଭାଷାରେ ଜେଇଇ- ମେନ୍ ପରୀକ୍ଷା ଦେବାକୁ ସୁବିଧା ପ୍ରଦାନ କରିବ। ଦେଶର ବିଭିନ୍ନ ଇଂଜିନିୟରିଂ ଓ ଆର୍କିଟେକ୍‌ଟ ଶିକ୍ଷାନୁଷ୍ଠାନରେ ନାମଲେଖା ପାଇଁ ସର୍ବଭାରତୀୟ ସ୍ତରରେ ଜେଇଇ-ମେନ ଅନୁଷ୍ଠିତ ହୋଇଥାଏ। ବର୍ତ୍ତମାନ କେବଳ ଇଂରାଜୀ, ହିନ୍ଦି ଓ ଗୁଜରାଟୀ ଭାଷାରେ ପରୀକ୍ଷା ଦେଉଛନ୍ତି ଛାତ୍ରଛାତ୍ରୀ।

KNews Bureau

Recent Posts

ବିବାହ ବନ୍ଧନରେ ବାନ୍ଧି ହେଲେ ସୋନାକ୍ଷୀ ଓ ଜାହିର, ଟ୍ରୋଲ କରୁଥିବା ଟ୍ରୋଲ୍‌ରଙ୍କୁ କଡା ଜବାବ ଦେଲେ ଶତ୍ରୁଘ୍ନ ସିହ୍ନା

ସୋନାକ୍ଷୀ ସିହ୍ନା ଏବଂ ଜାହିର ଇକବାଲ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି । ଜୁନ୍ ୨୩ ରେ ଜହିର ଇକବାଲଙ୍କ…

46 seconds ago

ହାଇଦ୍ରାବାଦ ରେଷ୍ଟୁରାଣ୍ଟର ଚିକେନ୍‌ ବିରିୟାନୀରୁ ବାହାରିଲା ପୋକ, ସୋସିଆଲ ମିଡିଆରେ ଫଟୋ ସେୟାର କଲେ ଗ୍ରାହକ

ଗତ କିଛି ଦିନ ହେବ ଲଗାତାର ଭାବେ ଖାଦ୍ୟରୁ ମୂଷା, ଅସରପା, ବେଙ୍ଗ, ବ୍ଲେଡ୍‌ ଆଦି ବାହାରିବା ନେଇ ସୋସିଆଲ…

7 mins ago

ଶପଥ ନେବା ପାଇଁ ଟ୍ରାକ୍ଟରରେ ସଂସଦ ପହଞ୍ଚିଲେ ରାଜସ୍ଥାନର ସାଂସଦ ଅମରାରାମ, ଭିଡିଓ ଭାଇରଲ

ସାଂସଦ ଅମରାରାମ ଦିଲ୍ଲୀ ରାଜସ୍ଥାନ ହାଉସରୁ ସଂସଦ ପାଇଁ ଟ୍ରାକ୍ଟରରେ ଯାତ୍ରା କରିଛନ୍ତି । ନିଜର ଦେଶୀ ରାଜସ୍ଥାନ ଅନ୍ଦାଜରେ…

11 mins ago

ସାପ ଧରିବାକୁ ଯାଇଥିଲେ, ହେଲେ ଜାରରେ ଭର୍ତ୍ତି କରିବା ସମୟରେ କାମୁଡିଦେଲା ହାତକୁ

ସୁବର୍ଣ୍ଣପୁର : ସାପ କାମୁଡାରେ ସାପ ଧରାଳୀର ମୃତ୍ୟୁ । ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁରରେ ଆଜି ଘଟିଯାଇଛି ଏଭଳି ଏକ…

12 mins ago

Airtel ୟୁଜର୍ସଙ୍କ ପାଇଁ ଖୁସି ଖବର, ୮୪ ଦିନ ଭାଲିଡିଟି ସହ ପ୍ରତିଦିନ ମିଳିବ ୩GB ଡାଟା

ଦେଶର ଦ୍ୱିତୀୟ ବୃହତ୍ତମ ଟେଲିକମ୍ କମ୍ପାନୀ ଏୟାରଟେଲ୍ ଏହାର ଉନ୍ନତ କନେକ୍ଟିଭିଟି ପାଇଁ ବେସ ଜଣାଶୁଣା । ଦେଶର ଦୂରବର୍ତ୍ତୀ…

1 hour ago

ଇରଫାନ ପଠାନଙ୍କ ମେକଅପ୍‌ ଆର୍ଟିଷ୍ଟଙ୍କ ମୃତ୍ୟୁ, ସୁଇମିଂ ପୁଲରେ ଗାଧେଇବା ବେଳେ ଚାଲିଗଲା ଜୀବନ

ପୂର୍ବତନ ଭାରତୀୟ କ୍ରିକେଟର ତଥା କମେଣ୍ଟେଣ୍ଟର ଇରଫାନ ପଠାନଙ୍କ ମେକଅପ ଆର୍ଟିଷ୍ଟଙ୍କ ମୃତ୍ୟୁ । ସୁଇମିଂ ପୁଲରେ ବୁଡ଼ି ଯିବାରୁ…

1 hour ago