ବଢିଲା ସୁନା ଦର, ଜାଣନ୍ତୁ ଓଡିଶାରେ କେତେ ଅଛି ରେଟ୍

କେନ୍ୟୁଜ୍(ବ୍ୟୁରୋ): ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ ପ୍ରତି ୪୮,୨୦୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ଗତକାଲି ଠାରୁ ୧୦ ଗ୍ରାମ ପ୍ରତି ୨୦୦ ଟଙ୍କା ବଢି ୫୨,୫୯୦ ଟଙ୍କା ରହିଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ଯଥାକ୍ରମେ ୪୮,୨୦୦ ଟଙ୍କା ଓ ୫୨,୫୯୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୪୮,୨୦୦ ଟଙ୍କା ଓ ୫୨,୫୯୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୮,୨୦୦ ଟଙ୍କା ଓ ୫୨,୫୯୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ମୂଲ୍ୟ ୪୮,୫୪୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ମୂଲ୍ୟ ୫୨,୯୬୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୮,୨୦୦ ଟଙ୍କା ଓ ୫୨,୫୯୦ ଟଙ୍କା ରହିଛି ।

ଆଜି ରୁପା ମୂଲ୍ୟ ବି କମିଛି। ଆଜି ରୁପା କିଲୋଗ୍ରାମ ପ୍ରତି ୧୫୦୦ ଟଙ୍କା କମି ୭୦,୦୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

 

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.