ସୁନା କିଣିବା ପୂର୍ବରୁ ନଜର ପକାନ୍ତୁ ଆଜି କେତେ ରହିଛି ଦର

ଆଜି ସୁନା ଦରରେ ଆସିଛି ସାମାନ୍ୟ ପରିବର୍ତ୍ତନ । ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୧,୩୯୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୫୬,୧୦୦ ଟଙ୍କା ରହିଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୧,୭୫୦ ଟଙ୍କା ଓ ୫୬,୪୫୦ ଟଙ୍କା ହୋଇଛି।

କେନ୍ୟୁଜ୍(ବ୍ୟୁରୋ): ସୁନା କିଣିବାକୁ ଯାଉଛନ୍ତି କି ? ତେବେ ନଜର ପକାନ୍ତୁ ଆଜି କେତେ ରହିଛି ସୁନାଦର । ଆଜି ସୁନା ଦରରେ ଆସିଛି ସାମାନ୍ୟ ପରିବର୍ତ୍ତନ । ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୧,୩୯୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୫୬,୧୦୦ ଟଙ୍କା ରହିଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୧,୭୫୦ ଟଙ୍କା ଓ ୫୬,୪୫୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦର ସ୍ଥିର ରହିଛି । ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୫୧,୭୫୦ ଟଙ୍କା ଓ ୫୬,୪୫୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୫୧,୯୦୦ ଟଙ୍କା ଓ ୫୬,୬୦୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୭,୯୨୭ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୨,୨୮୫ଟଙ୍କା ଥିବା ରେକର୍ଡ ହୋଇଛି।

ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୧,୭୫୦ ଟଙ୍କା ଓ ୫୬,୪୫୦ ଟଙ୍କା ରହିଛି। ସେହିପରି ରୁପା ମୂଲ ୬୬ ,୯୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

You might also like