Below header

ନଜର ପକାନ୍ତୁ ଆଜି ଓଡ଼ିଶା ସମେତ ଦେଶର ପ୍ରମୁଖ ସହର ମାନଙ୍କରେ କେତେ ରହିଛି ସୁନା ଦର

କେନ୍ୟୁଜ୍(ବ୍ୟୁରୋ): ଆଜି ଭାରତୀୟ ବଜାରରେ ସୁନା ଦରରେ କିଛିଟା ପରିବର୍ତ୍ତନ ଘଟିଛି। ସୁନା କିଣିବାକୁ ଯାଉଥିଲେ ନଜର ପକାନ୍ତୁ ଆଜି ଓଡ଼ିଶା ସମେତ ଦେଶର ପ୍ରମୁଖ ସହର ମାନଙ୍କରେ କେତେ ରହିଛି ସୁନା ଦର। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୫,୩୫୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୬୦,୩୮୦ ଟଙ୍କା ରହିଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୫,୩୫୦ ଟଙ୍କା ଓ ୬୦,୩୮୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରବଢିଛି । ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୫୫,୩୫୦ଟଙ୍କା ଓ ୬୦,୩୮୦ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୫୫,୫୦୦ ଟଙ୍କା ଓ ୬୦,୬୦,୩୮୦ଟଙ୍କା ରହିଛି ।

ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୫୫,୬୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୬୦,୭୧୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୫,୩୫୦ ଟଙ୍କା ଓ ୬୦,୩୮୦ ଟଙ୍କା ରହିଛି। ସେହିପରି ରୁପା ମୂଲ ୧ କିଲୋଗ୍ରାମ ପ୍ରତି ୭୭,୦୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.