Below header

ଗ୍ରାହକଙ୍କୁ ଲାଗିଲା ଝଟ୍‌କା; ବଢ଼ିଲା ସୁନା ଦାମ୍‌, ଜାଣନ୍ତୁ ଆଜି କେତେ….

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୫, ୨୫୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୬୦, ୨୮୦ ଟଙ୍କା ରହିଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୫, ୨୫୦ ଟଙ୍କା ଓ ୬୦, ୨୮୦ ଟଙ୍କା ହୋଇଛି।

କେନ୍ୟୁଜ୍(ବ୍ୟୁରୋ): ସୁନା ଦର ଆଜି ମହଙ୍ଗା ହୋଇଛି। ସୁନା କିଣିବାକୁ ଯାଉଥିଲେ ନଜର ପକାନ୍ତୁ ଆଜି ଓଡ଼ିଶା ସମେତ ଦେଶର ପ୍ରମୁଖ ସହର ମାନଙ୍କରେ କେତେ ରହିଛି ସୁନା ଦର। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୫, ୨୫୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୬୦, ୨୮୦ ଟଙ୍କା ରହିଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୫, ୨୫୦ ଟଙ୍କା ଓ ୬୦, ୨୮୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରବଢିଛି । ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୫୫, ୪୦୦ଟଙ୍କା ଓ ୬୦,୪୪୦ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୫୫,୫୫୦ ଟଙ୍କା ଓ ୬୦,୫୭୦ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୫୫,୭୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୬୦,୭୬୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୫, ୪୦୦ ଟଙ୍କା ଓ ୬୦, ୪୪୦ ଟଙ୍କା ରହିଛି। ସେହିପରି ରୁପା ମୂଲ ୧ କିଲୋଗ୍ରାମ ପ୍ରତି ୭୮,୦୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.