Below header

ସୁନା କିଣିବାକୁ ଭାବୁଛନ୍ତି କି ? ଦରରେ ହେଲା ସାମାନ୍ୟ ପରିବର୍ତ୍ତନ

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୫, ୧୦୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୬୦, ୧୧୦ ଟଙ୍କା ରହିଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୫, ୧୦୦ ଟଙ୍କା ଓ ୬୦, ୧୧୦ ଟଙ୍କା ହୋଇଛି।

କେନ୍ୟୁଜ୍(ବ୍ୟୁରୋ): ସୁନା ଦର ଆଜି ପରିବର୍ତ୍ତନ ହୋଇଛି। ସୁନା କିଣିବାକୁ ଯାଉଥିଲେ ନଜର ପକାନ୍ତୁ ଆଜି ଓଡ଼ିଶା ସମେତ ଦେଶର ପ୍ରମୁଖ ସହର ମାନଙ୍କରେ କେତେ ରହିଛି ସୁନା ଦର। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୫, ୧୦୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୬୦, ୧୧୦ ଟଙ୍କା ରହିଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୫, ୧୦୦ ଟଙ୍କା ଓ ୬୦, ୧୧୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରବଢିଛି । ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୫୫, ୧୦୦ଟଙ୍କା ଓ ୬୦,୧୧୦ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୫୫,୨୫୦ ଟଙ୍କା ଓ ୬୦,୨୬୦ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୫୫,୫୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୬୦,୫୫୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୫, ୧୦୦ ଟଙ୍କା ଓ ୬୦, ୧୧୦ ଟଙ୍କା ରହିଛି। ସେହିପରି ରୁପା ମୂଲ ୧ କିଲୋଗ୍ରାମ ପ୍ରତି ୭୭,୩୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.