ସୁନା କିଣିବା ଆଗରୁ ଥରେ ଜାଣି ନିଅନ୍ତୁ ଆଜି କେତେ ରହିଛି ଦାମ୍

ସୁନା କିଣିବା ଆଗରୁ ଥରେ ଜାଣି ନିଅନ୍ତୁ ଆଜି କେତେ ରହିଛି ଦାମ୍ । ଯାହା ଜଣାପଡିଛି ଆଜି ସୁନା ଦର ଗତକାଲି ତୁଳନାରେ କମିଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ୧୦ ଗ୍ରାମ୍ ପ୍ରତି ୫୨,୨୦୦ ଟଙ୍କା ରହିଛି। ସେହିପରି ୨୪ କ୍ୟାରେଟ ସୁନା ଦଶଗ୍ରାମ୍ ୫୬,୭୩୦ ଟଙ୍କା ରହିଛି। ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି।
ସେହିପରି ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ ପ୍ରତି ୫୧,୯୯୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୬,୭୫୦ ଟଙ୍କା ରହିଛି। ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୫୨,୯୮୦ ଟଙ୍କା ଓ ୫୭,୭୯୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୫୨,୧୫୦ ଟଙ୍କା ଓ ୫୬,୮୯୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ମୂଲ୍ୟ ୪୭,୯୨୭ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ମୂଲ୍ୟ ୫୨,୨୮୫ ଟଙ୍କା ଥିବା ରେକର୍ଡ ହୋଇଛି ।
ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୨,୨୦୦ ଟଙ୍କା ଓ ୫୬,୭୩୦ ଟଙ୍କା ରହିଛି । ସେହିପରି ଆଜି ରୁପା ମୂଲ୍ୟ ମଧ୍ୟ ବଢ଼ିଛି। ଆଜି ରୁପା କିଲୋଗ୍ରାମ ପ୍ରତି ୭୨,୨୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।