ନଜର ପକାନ୍ତୁ ଆଜି କେତେ ରହିଛି ସୁନାଦର

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୬, ୬୦୦ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୬୧,୭୫୦ ଟଙ୍କା ହୋଇଛି ।

କେନ୍ୟୁଜ୍(ବ୍ୟୁରୋ): ପାର୍ବଣରେ ସୁନା କିଣିବାକୁ ମନବଳାଇଛନ୍ତି କି ? ତେବେ ନଜର ପକାନ୍ତୁ ଆଜି କେତେ ରହିଛି ସୁନାଦର। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୬, ୬୦୦ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୬୧,୭୫୦ ଟଙ୍କା ହୋଇଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୬,୬୦୦ ଟଙ୍କା ଟଙ୍କା ଓ ୬୧,୭୫୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରବଢିଛି । ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୫୬,୬୦୦ ଟଙ୍କା ଓ ୬୧, ୭୫୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୫୬,୭୫୦ ଟଙ୍କା ଓ ୬୧,୯୦୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୫୬,୭୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୬୧,୮୫୦ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୬,୪୦୦ ଟଙ୍କା ଓ ୬୧,୫୩୦ ଟଙ୍କା ରହିଛି। ସେହିପରି ରୁପା ମୂଲ ୧ କିଲୋଗ୍ରାମ ପ୍ରତି ୭୪,୧୦୦ଟଙ୍କା ରହିଥିବା ନେଇ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.