ନଜର ପକାନ୍ତୁ କେତେ ରହିଛି ଆଜିର ସୁନା ଦର
ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୫,୧୫୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୬୦,୧୬୦ ଟଙ୍କା ରହିଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୫,୧୫୦ ଟଙ୍କା ଓ ୬୦,୧୬୦ ଟଙ୍କା ହୋଇଛି।

ଆଜି ଭାରତୀୟ ବଜାରରେ ସୁନା ଦରରେ କିଛିଟା ପରିବର୍ତ୍ତନ ଘଟିଛି। ସୁନା କିଣିବାକୁ ଯାଉଥିଲେ ନଜର ପକାନ୍ତୁ ଆଜି ଓଡ଼ିଶା ସମେତ ଦେଶର ପ୍ରମୁଖ ସହରମାନଙ୍କରେ କେତେ ରହିଛି ସୁନା ଦର। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୫,୧୫୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୬୦,୧୬୦ ଟଙ୍କା ରହିଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୫,୧୫୦ ଟଙ୍କା ଓ ୬୦,୧୬୦ ଟଙ୍କା ହୋଇଛି।
ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରବଢିଛି । ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୫୫,୧୫୦ ଟଙ୍କା ଓ ୬୦,୧୬୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୫୫,୩୦୦ ଟଙ୍କା ଓ ୬୦,୩୨୦ଟଙ୍କା ରହିଛି ।
ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୫୫,୫୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୬୦,୬୦୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୫,୧୫୦ ଟଙ୍କା ଓ ୬୦,୧୬୦ ଟଙ୍କା ରହିଛି। ସେହିପରି ରୁପା ମୂଲ ୧ କିଲୋଗ୍ରାମ ପ୍ରତି ୭୮,୦୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।