ସୁନା କିଣିବାର ଅଛି କି? ତେବେ ଦେଖିନିଅନ୍ତୁ ଆଜି କେତେ ଅଛି ଦର

ଦିନକୁ ଦିନକୁ ସୁନାର ଦାମ୍ ବୃଦ୍ଧି ପାଉଥିବାରୁ ଚିନ୍ତାରେ ଗ୍ରାହକ । ଆଜି ସୁନା କାରବାରରେ କିଛି ପରିବର୍ତ୍ତନ ଦେଖିବାକୁ ମିଳିଛି । ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୪,୯୫୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୫୯,୯୫୦ ଟଙ୍କା ହୋଇଛି ।

କେନ୍ୟୁଜ୍(ବ୍ୟୁରୋ): ସୁନା କିଣିବାକୁ ଯାଉଥିଲେ ଟିକେ ନଜର ପକାଇ ଦିଅନ୍ତୁ  ଆଜି କେତେ ରହିଛି ସୁନାଦର। ଦିନକୁ ଦିନକୁ ସୁନାର ଦାମ୍ ବୃଦ୍ଧି ପାଉଥିବାରୁ ଚିନ୍ତାରେ ଗ୍ରାହକ । ଆଜି ସୁନା କାରବାରରେ କିଛି ପରିବର୍ତ୍ତନ ଦେଖିବାକୁ ମିଳିଛି । ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୪,୯୫୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୫୯,୯୫୦ ଟଙ୍କା ହୋଇଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୪,୯୫୦ ଟଙ୍କା ଟଙ୍କା ଓ ୫୯,୯୫୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରବଢିଛି । ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୫୪,୯୫୦ ଟଙ୍କା ଓ ୫୯,୯୫୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୫୫,୧୦୦ ଟଙ୍କା ଓ ୬୦,୧୦୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୫୫,୨୧୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୬୦,୨୩୦ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୪,୯୫୦ ଟଙ୍କା ଓ ୫୯,୯୫୦ ଟଙ୍କା ରହିଛି। ସେହିପରି ରୁପା ମୂଲ ୧ କିଲୋଗ୍ରାମ ପ୍ରତି ୭୫,୮୦୦ ଟଙ୍କା ରହିଥିବା ନେଇ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.