କାଲି ଅପେକ୍ଷା ଆଜି ସାମନ୍ୟ ବଢିଲା ସୁନା ଦର, ନଜର ପକାନ୍ତୁ ଆଜି କେତେ ରହିଛି

ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୫, ୪୦୦ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୬୦,୪୪୦ ଟଙ୍କା ହୋଇଛି ।

କେନ୍ୟୁଜ୍(ବ୍ୟୁରୋ): ଆପଣ ସୁନା କିଣିବାକୁ ମନ ବଳାଇଥିଲେ ନଜର ପକାନ୍ତୁ ଆଜି କେତେ ରହିଛି ସୁନାଦର। ଗତକାଲି ଅପେକ୍ଷା ଆଜି ସୁନାଦର ସାମନ୍ୟ ବୃଦ୍ଧି ପାଇଛି । ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୫, ୪୦୦ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୬୦,୪୪୦ ଟଙ୍କା ହୋଇଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୪,୪୦୦ ଟଙ୍କା ଟଙ୍କା ଓ ୫୮,୪୪୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦର ବଢିଛି । ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୫୫,୪୦୦ ଟଙ୍କା ଓ ୬୦,୪୪୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୫୫,୫୫୦ ଟଙ୍କା ଓ ୬୦,୫୯୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୫୫,୫୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୬୦,୬୦୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୫,୪୦୦ ଟଙ୍କା ଓ ୬୦,୪୪୦ ଟଙ୍କା ରହିଛି। ସେହିପରି ରୁପା ମୂଲ ୧ କିଲୋଗ୍ରାମ ପ୍ରତି ୭୪,୧୦୦ଟଙ୍କା ରହିଥିବା ନେଇ  ସୂଚନା ରହିଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.