ବ୍ୟବସାୟ ଓ ଅର୍ଥନୀତି

ସ୍ଥିର ଅଛି ପେଟ୍ରୋଲ ଓ ଡିଜେଲ ଦର, ନଜର ପକାନ୍ତୁ ଆଜି କେତେ ଅଛି ଦର

କେନ୍ୟୁଜ୍ (ବ୍ୟୁରୋ): ଗାଡ଼ିରେ ତେଲ ପକାଇବା ପୂର୍ବରୁ ଜାଣିନିଅନ୍ତୁ ଆଜି କେତେ ରହିଛି ତେଲ ଦର। ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୦୩ ଟଙ୍କା ୧୯ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୯୪ ଟଙ୍କା ୭୬ ପଇସା ରହିଛି। ସେହିପରି ଦେଶର ପ୍ରମୁଖ ସହରରେ ବି ପେଟ୍ରୋଲ ଓ ଡିଜେଲ ଦରରେ କିଛି ପରିବର୍ତ୍ତନ ହୋଇ ହୋଇଛି । ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୯୬ ଟଙ୍କା ୭୨ ପଇସା ଓ ଡିଜେଲ ଦର ୮୯ ଟଙ୍କା ୬୨ ପଇସା ହୋଇଛି। ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ୧୦୬ ଟଙ୍କା ୩୧ ପଇସା ହୋଇଥିବା ବେଳେ ଡିଜେଲ ଲିଟର ପିଛା ୯୪ ଟଙ୍କା ୨୭ ପଇସା ରହିଛି ।

ସେହିପରି କୋଲକାତାରେ ପେଟ୍ରୋଲ ଦର ୧୦୬ ଟଙ୍କା ୦୩ ପଇସା ଥିବାବେଳେ ଡିଜେଲ ଦର ୯୨ ଟଙ୍କା ୭୬ ପଇସା ରହିଛି। ଚେନ୍ନାଇରେ ପେଟ୍ରୋଲ ଦର ୧୦୨ ଟଙ୍କା ୬୩ ପଇସା ଥିବା ବେଳେ ଡିଜେଲ ଦାମ ୯୪ ଟଙ୍କା ୨୪ ପଇସା ରହିଛି।

କେମିତି ଜାଣିବେ ଆପଣଙ୍କ ସହରରେ କେତେ ଅଛି ଦାମ୍:

ପେଟ୍ରୋଲ ଏବଂ ଡିଜେଲ ଦାମ୍ ଆପଣ SMS ମାଧ୍ୟମରେ ମଧ୍ୟ ଜାଣିପାରିବେ। ଇଣ୍ଡିଆନ ଅଏଲ ୱେବସାଇଟ ଅନୁଯାୟୀ ଆପଣଙ୍କୁ ଏବଂ ନିଜ ସହରର କୋଡ୍ ଲେଖି ୯୨୨୪୯୯୨୨୪୯ ନମ୍ବରକୁ ପଠାଇବାକୁ ହେବ। ପ୍ରତି ସହରର କୋଡ୍ ଅଲଗା ଅଲଗା ରହିଥାଏ। ଯାହା ଆପଣଙ୍କୁ ଆଇସିଓଏଲ ୱେବସାଇଟରୁ ମିଳିଯିବ।

ପ୍ରତିଦିନ ଛଅଟା ବେଳେ ବଦଳିଯାଏ ମୂଲ୍ୟ:

ସୂଚନା ମୁତାବକ, ପ୍ରତ୍ୟେକ ଦିନ ସକାଳ ୬ଟା ରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ। ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ। ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ।

Barsha

Recent Posts

ଆସନ୍ତୁ ଜାଣିବା ଆଜି କେଉଁ ସହରରେ କେତେ ରହିଛି ଡିଜେଲ ଓ ପେଟ୍ରୋଲ୍ ମୂଲ୍ୟ

ଆସନ୍ତୁ ଜାଣିବା ଆଜି କେଉଁ ସହରର କେତେ ରହିଛି ଡିଜେଲ-ପେଟ୍ରୋଲ୍ ମୂଲ୍ୟ ? ଭୁବନେଶ୍ୱରରେ ପେଟ୍ରୋଲ ଦର ୧୦୦ ଟଙ୍କା…

16 mins ago

ଜାଣନ୍ତୁ ଆଜିର ସୁନା ଓ ରୁପା ଦର

ସୁନା କିଣିବାକୁ ଯାଉଥିଲେ ନଜର ପକାନ୍ତୁ ଆଜି ଓଡ଼ିଶା ସମେତ ଦେଶର ପ୍ରମୁଖ ସହର ମାନଙ୍କରେ କେତେ ରହିଛି ସୁନା…

22 mins ago

ଆଉ ନାହାନ୍ତି ପଦ୍ମଶ୍ରୀ ମାଗୁଣି ଚରଣ କୁଅଁର

କେନ୍ଦୁଝର (କେନ୍ୟୁଜ): ଆଉ ନାହାନ୍ତି ପଦ୍ମଶ୍ରୀ ମାଗୁଣି ଚରଣ କୁଅଁର । କାଠି କଣ୍ଢେଇ ନୃତ୍ୟ ସଂସ୍କୃତିକୁ ବଞ୍ଚେଇ ରଖିଥିବା…

27 mins ago

ଭୋଟ ଦେଉଛି ଯାଜପୁର,ବାଲେଶ୍ୱର,ଜଗତସିଂପୁର,ଭଦ୍ରକ: ବୁଥ୍ ସମ୍ମୁଖରେ ବ୍ୟାପକ ସୁରକ୍ଷା ବ୍ୟବସ୍ଥା

ଯାଜପୁର/ବାଲେଶ୍ୱର/ଜଗତସିଂପୁର/ଭଦ୍ରକ(କେନ୍ୟୁଜ୍‌): ଯାଜପୁର ଜିଲ୍ଲାର ଲୋକସଭା କ୍ଷେତ୍ର ସହ ୭ଟି ଯାକ ବିଧାନସଭା ଆସନ ପାଇଁ ଚାଲିଛି ଭୋଟିଂ। ମୋଟ ୧୫…

36 mins ago

କେନ୍ଦ୍ରାପଡ଼ା ଜିଲ୍ଲାର ଲୋକସଭା କ୍ଷେତ୍ର ସହ ୭ଟି ଯାକ ବିଧାନସଭା ଆସନ ପାଇଁ ଚାଲିଛି ଭୋଟିଂ

କେନ୍ଦ୍ରାପଡ଼ା (କେନ୍ୟୁଜ୍‌): କେନ୍ଦ୍ରାପଡ଼ା ଜିଲ୍ଲାର ଲୋକସଭା କ୍ଷେତ୍ର ସହ ୭ଟି ଯାକ ବିଧାନସଭା ଆସନ ପାଇଁ ଚାଲିଛି ଭୋଟିଂ। ମୋଟ…

59 mins ago

ପୁରୀ ଗୁଣ୍ଡିଚା ମନ୍ଦିର ନିକଟରେ ଅଗ୍ନିକାଣ୍ଡ, ଫାଇବର ବ୍ୟାରିକେଡରେ ଲାଗିଲା ନିଆଁ

ପୁରୀ(କେନ୍ୟୁଜ୍‌): ପୁରୀ ଗୁଣ୍ଡିଚା ମନ୍ଦିର ନିକଟରେ ଅଗ୍ନିକାଣ୍ଡ । ଗୁଣ୍ଡିଚା ମନ୍ଦିରର ନାକଚଣା ଦ୍ୱାରରେ ଲାଗିଲା ନିଆଁ । ମନ୍ଦିର…

1 hour ago