ବ୍ୟବସାୟ ଓ ଅର୍ଥନୀତି

ସ୍ଥିର ରହିଛି ପେଟ୍ରୋଲ- ଡିଜେଲ ଦର, ଜାଣନ୍ତୁ ଆଜି କେତେ ଅଛି ରେଟ୍

କେନ୍ୟୁଜ୍(ବ୍ୟୁରୋ):  ତୈଳ କମ୍ପାନୀ ପକ୍ଷରୁ ଆଜିର ପେଟ୍ରୋଲ- ଡିଜେଲ ଦର ଜାରି କରି ଦିଆଯାଇଛି। ଦେଶର ପ୍ରମୁଖ ସହରରେ ଆଜି ବି ସ୍ଥିର ରହିଛି ପେଟ୍ରୋଲ ଓ ଡିଜେଲ ଦର । ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ସାମାନ୍ୟ କିଛି କମି ୧୦୩ ଟଙ୍କା ୧୯ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୯୪ ଟଙ୍କା ୭୬ ପଇସା ରହିଛି।

ସେହିପରି ଦେଶର ପ୍ରମୁଖ ସହରରେ ବି ପେଟ୍ରୋଲ ଓ ଡିଜେଲ ଦରରେ କିଛିଟା ପରିବର୍ତ୍ତନ ହୋଇଛି। ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୯୬ ଟଙ୍କା ୭୨ ପଇସା ଓ ଡିଜେଲ ଦର ୮୯ ଟଙ୍କା ୬୨ ପଇସା ହୋଇଛି। ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ୧୦୬ ଟଙ୍କା ୩୧ ପଇସା ହୋଇଥିବା ବେଳେ ଡିଜେଲ ଲିଟର ପିଛା ୯୪ ଟଙ୍କା ୨୭ ପଇସା ରହିଛି । ସେହିପରି କୋଲକାତାରେ ପେଟ୍ରୋଲ ଦର ୧୦୬ ଟଙ୍କା ୦୩ ପଇସା ଥିବାବେଳେ ଡିଜେଲ ଦର ୯୨ ଟଙ୍କା ୭୬ ପଇସା ରହିଛି। ଚେନ୍ନାଇରେ ପେଟ୍ରୋଲ ଦର ୧୦୨ ଟଙ୍କା ୬୩ ପଇସା ଥିବା ବେଳେ ଡିଜେଲ ଦାମ ୯୪ ଟଙ୍କା ୨୪ ପଇସା ରହିଛି।

କେମିତି ଜାଣିବେ ଆପଣଙ୍କ ସହରରେ କେତେ ଅଛି ଦାମ୍:

ପେଟ୍ରୋଲ ଏବଂ ଡିଜେଲ ଦାମ୍ ଆପଣ SMS ମାଧ୍ୟମରେ ମଧ୍ୟ ଜାଣିପାରିବେ। ଇଣ୍ଡିଆନ ଅଏଲ ୱେବସାଇଟ ଅନୁଯାୟୀ ଆପଣଙ୍କୁ ଏବଂ ନିଜ ସହରର କୋଡ୍ ଲେଖି ୯୨୨୪୯୯୨୨୪୯ ନମ୍ବରକୁ ପଠାଇବାକୁ ହେବ। ପ୍ରତି ସହରର କୋଡ୍ ଅଲଗା ଅଲଗା ରହିଥାଏ। ଯାହା ଆପଣଙ୍କୁ ଆଇସିଓଏଲ ୱେବସାଇଟରୁ ମିଳିଯିବ।

ପ୍ରତିଦିନ ଛଅଟା ବେଳେ ବଦଳିଯାଏ ମୂଲ୍ୟ:

ସୂଚନା ମୁତାବକ ପ୍ରତ୍ୟେକ ଦିନ ସକାଳ ୬ଟା ରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ। ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ | ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ।

KNews Bureau

Recent Posts

ରଥଯାତ୍ରାରେ ଭକ୍ତଙ୍କୁ ଖାଦ୍ୟ ଯୋଗାଇବା ପାଇଁ ପ୍ରସ୍ତୁତ ଦୁଇ ଭଉଣୀ

କଟକ(କେନ୍ୟୁଜ୍‌): ରଥଯାତ୍ରା ପାଇଁ ଚଳଚଞ୍ଚଳ ଶ୍ରୀକ୍ଷେତ୍ର । ସବୁଠି ଶଂଙ୍ଖ ଘଣ୍ଟ ହୁଳୁହୁଳି ଶଦ୍ଦରେ ପୂରି ଉଠୁଛି ପୂରା ପରିବେଶ…

1 min ago

ବିବାହ ବନ୍ଧନରେ ବାନ୍ଧି ହେଲେ ସୋନାକ୍ଷୀ ଓ ଜାହିର, ଟ୍ରୋଲ କରୁଥିବା ଟ୍ରୋଲ୍‌ରଙ୍କୁ କଡ଼ା ଜବାବ ଦେଲେ ଶତ୍ରୁଘ୍ନ ସିହ୍ନା

ସୋନାକ୍ଷୀ ସିହ୍ନା ଏବଂ ଜାହିର ଇକବାଲ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି । ଜୁନ୍ ୨୩ ରେ ଜହିର ଇକବାଲଙ୍କ…

13 mins ago

ହାଇଦ୍ରାବାଦ ରେଷ୍ଟୁରାଣ୍ଟର ଚିକେନ୍‌ ବିରିୟାନୀରୁ ବାହାରିଲା ପୋକ, ସୋସିଆଲ ମିଡିଆରେ ଫଟୋ ସେୟାର କଲେ ଗ୍ରାହକ

ଗତ କିଛି ଦିନ ହେବ ଲଗାତାର ଭାବେ ଖାଦ୍ୟରୁ ମୂଷା, ଅସରପା, ବେଙ୍ଗ, ବ୍ଲେଡ୍‌ ଆଦି ବାହାରିବା ନେଇ ସୋସିଆଲ…

19 mins ago

ଶପଥ ନେବା ପାଇଁ ଟ୍ରାକ୍ଟରରେ ସଂସଦ ପହଞ୍ଚିଲେ ରାଜସ୍ଥାନର ସାଂସଦ ଅମରାରାମ, ଭିଡିଓ ଭାଇରଲ

ସାଂସଦ ଅମରାରାମ ଦିଲ୍ଲୀ ରାଜସ୍ଥାନ ହାଉସରୁ ସଂସଦ ପାଇଁ ଟ୍ରାକ୍ଟରରେ ଯାତ୍ରା କରିଛନ୍ତି । ନିଜର ଦେଶୀ ରାଜସ୍ଥାନ ଅନ୍ଦାଜରେ…

24 mins ago

ସାପ ଧରିବାକୁ ଯାଇଥିଲେ, ହେଲେ ଜାରରେ ଭର୍ତ୍ତି କରିବା ସମୟରେ କାମୁଡିଦେଲା ହାତକୁ

ସୁବର୍ଣ୍ଣପୁର : ସାପ କାମୁଡାରେ ସାପ ଧରାଳୀର ମୃତ୍ୟୁ । ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁରରେ ଆଜି ଘଟିଯାଇଛି ଏଭଳି ଏକ…

25 mins ago

Airtel ୟୁଜର୍ସଙ୍କ ପାଇଁ ଖୁସି ଖବର, ୮୪ ଦିନ ଭାଲିଡିଟି ସହ ପ୍ରତିଦିନ ମିଳିବ ୩GB ଡାଟା

ଦେଶର ଦ୍ୱିତୀୟ ବୃହତ୍ତମ ଟେଲିକମ୍ କମ୍ପାନୀ ଏୟାରଟେଲ୍ ଏହାର ଉନ୍ନତ କନେକ୍ଟିଭିଟି ପାଇଁ ବେସ ଜଣାଶୁଣା । ଦେଶର ଦୂରବର୍ତ୍ତୀ…

1 hour ago