Below header

ଆଜି ସୁନା କିଣିବାକୁ ଚାହୁଁଛନ୍ତି କି, ତେବେ ଜାଣନ୍ତୁ ଆଜି କେତେ ରହିଛି ଦଶ ଗ୍ରାମ ସୁନାର ମୂଲ୍ୟ

ସୁନାର ଦାମ ଗତ କିଛି ବର୍ଷ ଧରି ମହଙ୍ଗାର ମଙ୍ଗ ଧରିଛି। ତେବେ ଆଜି ଯଦି ଆପଣ ସୁନା କିଣିବାକୁ ଚାହୁଁଛନ୍ତି ତାହେଲେ ଆଜି ଆମେ ଏହି ପାଠ୍ୟକ୍ରମରେ ଜଣାଇବୁ ଆପଣଙ୍କ ସହରରେ କେତେ ଅଛି ସୁନା ମୂଲ୍ୟ। ଆମର ଲକ୍ଷ୍ୟ ଆପଣଙ୍କୁ ଅପଡେଟ ରଖିବା। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୮,୪୬୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୫୨,୮୬୦ ଟଙ୍କାରେ ପହଞ୍ଚିଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୬,୩୧୦ ଟଙ୍କା ଓ ୫୦,୫୧୦ ଟଙ୍କା ଛୁଇଁଛି।

ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୯,୮୨୦ ଟଙ୍କା ଓ ୫୦,୮୨୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୯,୬୫୦ ଟଙ୍କା ଓ ୫୪,୧୬୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୭,୯୨୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୨,୨୭୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୦,୧୯୦ ଟଙ୍କା ଓ ୫୨,୮୯୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋଗ୍ରାମ ପ୍ରତି ୧୨୦୦ ଟଙ୍କା ବଢ଼ିଛି। ଆଜି ରୁପା ମୂଲ୍ୟ ୭୧,୪୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.