ଜାଣନ୍ତୁ, ଆଜି ଆପଣଙ୍କ ସହରରେ କେତେ ଅଛି ସୁନା ଦର

ଆଜି ଏଠାରୁ ଜାଣି ନିଅନ୍ତୁ ଆପଣଙ୍କ ସହରରେ କେତେ ରହିଛି ସୁନା-ରୁପା ଦାମ୍ । ଗତକାଲି ଅପେକ୍ଷା ସୁନା ଦାମରେ ବୃଦ୍ଧି ଘଟିଛି । ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ୧୦ ଗ୍ରାମ୍ ପ୍ରତି ୫୨, ୦୧୦ ଟଙ୍କା ରହିଛି। ସେହିପରି ୨୪ କ୍ୟାରେଟ ସୁନା ଦଶଗ୍ରାମ୍ ୫୬, ୭୪୦ ଟଙ୍କା ରହିଛି। ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି।

ସେହିପରି ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ ପ୍ରତି ୫୧,୭୨୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୬,୪୬୦ ଟଙ୍କା ରହିଛି। ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୫୨,୦୧୦ ଟଙ୍କା ଓ ୫୬, ୭୪୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୫୨, ୧୬୦ ଟଙ୍କା ଓ ୫୬, ୯୯୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ମୂଲ୍ୟ ୪୭,୯୨୭ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ମୂଲ୍ୟ ୫୨,୨୮୫ ଟଙ୍କା ଥିବା ରେକର୍ଡ ହୋଇଛି ।

ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୨,୦୧୦ ଟଙ୍କା ଓ ୫୬,୭୪୦ ଟଙ୍କା ରହିଛି । ସେହିପରି ଆଜି ରୁପା ମୂଲ୍ୟରେ କିଛିଟା ହ୍ରାସ ଘଟିଛି । ଆଜି ରୁପା କିଲୋଗ୍ରାମ ପ୍ରତି ୬୮, ୧୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.