ବ୍ୟବସାୟ ଓ ଅର୍ଥନୀତି

ସାମାନ୍ୟ କମିଲା ପେଟ୍ରୋଲ ଓ ଡିଜେଲ ଦର, ଜାଣନ୍ତୁ କେତେ ରହିଛି ଆଜିର ଦାମ୍

ଗାଡ଼ିରେ ତେଲ ପକାଇବା ପୂର୍ବରୁ ଜାଣିନିଅନ୍ତୁ ଆଜି କେତେ ରହିଛି ତେଲ ଦର । ତୈଳ କମ୍ପାନୀଗୁଡିକ ସୋମବାର ସକାଳେ ଜାରି କରିଥିବା ପେଟ୍ରୋଲ ଓ ଡିଜେଲ ମୂଲ୍ୟରେ ମଧ୍ୟ ଏକ ବଡ ପରିବର୍ତ୍ତନ ଦେଖିବାକୁ ମିଳୁଛି । ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୦୩ ଟଙ୍କା ୦୪ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୯୪ ଟଙ୍କା ୬୧ ପଇସା ରହିଛି। ସେହିପରି ଦେଶର ପ୍ରମୁଖ ସହରରେ ବି ପେଟ୍ରୋଲ ଓ ଡିଜେଲ ଦର ଅପରିବର୍ତ୍ତିତ ରହିଛି।

ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୯୬ ଟଙ୍କା ୭୨ ପଇସା ଓ ଡିଜେଲ ଦର ୮୯ ଟଙ୍କା ୬୨ ପଇସା ହୋଇଛି। ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ୧୦୬ ଟଙ୍କା ୩୧ ପଇସା ହୋଇଥିବା ବେଳେ ଡିଜେଲ ଲିଟର ପିଛା ୯୪ ଟଙ୍କା ୨୭ ପଇସା ରହିଛି । ସେହିପରି କୋଲକାତାରେ ପେଟ୍ରୋଲ ଦର ୧୦୬ ଟଙ୍କା ୦୩ ପଇସା ଥିବାବେଳେ ଡିଜେଲ ଦର ୯୨ ଟଙ୍କା ୭୬ ପଇସା ରହିଛି। ଚେନ୍ନାଇରେ ପେଟ୍ରୋଲ ଦର ୧୦୨ ଟଙ୍କା ୭୪ ପଇସା ଥିବା ବେଳେ ଡିଜେଲ ଦାମ ୯୪ ଟଙ୍କା ୩୩ ପଇସା ରହିଛି।

କେମିତି ଜାଣିବେ ଆପଣଙ୍କ ସହରରେ କେତେ ଅଛି ଦାମ୍:

ପେଟ୍ରୋଲ ଏବଂ ଡିଜେଲ ଦାମ୍ ଆପଣ SMS ମାଧ୍ୟମରେ ମଧ୍ୟ ଜାଣିପାରିବେ। ଇଣ୍ଡିଆନ ଅଏଲ ୱେବସାଇଟ ଅନୁଯାୟୀ ଆପଣଙ୍କୁ ଏବଂ ନିଜ ସହରର କୋଡ୍ ଲେଖି ୯୨୨୪୯୯୨୨୪୯ ନମ୍ବରକୁ ପଠାଇବାକୁ ହେବ। ପ୍ରତି ସହରର କୋଡ୍ ଅଲଗା ଅଲଗା ରହିଥାଏ। ଯାହା ଆପଣଙ୍କୁ ଆଇସିଓଏଲ ୱେବସାଇଟରୁ ମିଳିଯିବ।

ପ୍ରତିଦିନ ଛଅଟା ବେଳେ ବଦଳିଯାଏ ମୂଲ୍ୟ:

ସୂଚନା ମୁତାବକ, ପ୍ରତ୍ୟେକ ଦିନ ସକାଳ ୬ଟା ରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ। ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ। ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ।

Barsha

Recent Posts

ଶିଶୁ ମନ୍ଦିର ଗୁରୁଜୀରୁ ଓଡ଼ିଶାର ମୁଖ୍ୟମନ୍ତ୍ରୀ, ଜାଣନ୍ତୁ ମୋହନ ମାଝିଙ୍କ ରାଜନୈତିକ ଜୀବନ ଯାତ୍ରା

(କେନ୍ୟୁଜ) : ଉଠିଲା ପରଦା । ହଟିଲା ସସପେନସ । ସାମ୍ନାକୁ ଆସିଲା ଓଡିଶାର ନୂଆ ମୁଖ୍ୟମନ୍ତ୍ରୀଙ୍କ ନାଁ ।…

55 mins ago

କେଭି ସିଂଦେଓ ଏବଂ ପ୍ରଭାତୀ ପରିଡ଼ା ହେବେ ଓଡ଼ିଶାର ନୂଆ ଉପ-ମୁଖ୍ୟମନ୍ତ୍ରୀ

କେନ୍ୟୁଜ (ବ୍ୟୁରୋ) : ବହୁ ପ୍ରତୀକ୍ଷାର ଅନ୍ତ ଘଟିଛି । ଆଜି ଭାରତୀୟ ଜନତା ପାର୍ଟି (ବିଜେପି) ମୁଖ୍ୟମନ୍ତ୍ରୀଙ୍କ ନାମ…

58 mins ago

ଦେଖିପାରିଲାନି ଭାଇର ସୁନା ସଂସାର, ଦୀର୍ଘ ଦିନର ରାଗକୁ ସୁଝାଇ ଭାଇବୋହୁକୁ ମାରିଲା ଦେଢ଼ଶୁର

ବାସୁଦେବପୁର (କେନ୍ୟୁଜ) : ଭାଇ ବୋହୂକୁ ମାରିଲା ଦେଢ଼ଶୁର..ଅଛୁଆଁ ଭାଇ ବୋହୁକୁ ମାରିଦେଲା ରାକ୍ଷସ ଦେଢ଼ଶୁର…ଭୁଲିଗଲା ସମ୍ପର୍କ, ଆଉ କରିବସିଲା…

1 hour ago

ଜେଜେବାପାଙ୍କ ପାଇଁ ଡାକ୍ତର ସାଜିବି, ପାଖରେ ଟଙ୍କାଟିଏ ସମ୍ବଳ ନାହିଁ ତଥାପି ପାଇଲେ ଡାକ୍ତରୀ ପଢ଼ିବାର ସୁଯୋଗ

ବେଗୁନିଆ (କେନ୍ୟୁଜ) : ଗରିବ ଦିନ ମଜୁରିଆର ପୁଅ ଆଜି ନିଟ୍ ପରୀକ୍ଷାରେ ହୋଇଛନ୍ତି କୃତକାର୍ଯ୍ୟ । ଜେଜେବାପାଙ୍କ ଅକାଳ…

1 hour ago

ଅଧାରେ ରହିଗଲା ବାହାଘରର ଆଶା, ଝିଅକୁ ଏକା କରି ଚାଲିଗଲା ମା’

ଭୁବନେଶ୍ୱର: ବୋଉ ତୁ ଖାଇଲୁଣି, ହଁ ରେ ଖାଇ ପିଇ ଯାଉଛି କାମକୁ କାମରୁ ଆସିଲେ ଫୋନ କରିଵି ଏତିକ…

1 hour ago

ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ ଭାବେ ମୋହନ ମାଝୀଙ୍କ ନାମରେ ବାଜିଲା ମୋହର

କେନ୍ୟୁଜ (ବ୍ୟୁରୋ) : ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ ଭାବେ ମୋହନ ମାଝୀଙ୍କ ନାମରେ ବାଜିଲା ମୋହର । ସବୁ କଳ୍ପନାଜଳ୍ପନାର…

2 hours ago