କିଣିବା ପୂର୍ବରୁ ଜାଣନ୍ତୁ କେତେ ଅଛି ଆଜିର ସୁନା ଦାମ୍ , ବଢିଛି ନା କମିଛି

ସୁନା କିଣିବାକୁ ଦୋକାନକୁ ଯିବା ପୂର୍ବରୁ ଏଠାରେ ପଢ଼ିନିଅନ୍ତୁ କେତେ ଅଛି ୧୦ ଗ୍ରାମ ପ୍ରତି ସୁନା ଦାମ୍। ଗତକାଲି ଅପେକ୍ଷା ଆଜି ସୁନା ଦାମ ବଢିଛି। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ରହିଛି ୪୭ ହଜାର ୩୫୦ ଟଙ୍କା। ସେହିପରି ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ରହିଛି ୫୧,୬୯୦ ଟଙ୍କା ରହିଛି।

ଆଜି ଓଡିଶା ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ୧୦ ଗ୍ରାମ ପ୍ରତି ୪୭ ହଜାର ୭୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୫୧,୭୧୦ ଟଙ୍କା ଥିବା ଜଣାଯାଇଛି।

ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୭,୪୦୦ ଟଙ୍କା ଓ ୫୧,୭୧୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୭,୪୦୦ ଟଙ୍କା ଓ ୫୧,୭୧୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୮,୯୯୫ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୩,୪୫୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୭,୪୦୦ ଟଙ୍କା ଓ ୫୧,୭୧୦ ଟଙ୍କା ରହିଛି।

ଅନ୍ୟପଟେ ରୁପା ମୂଲ୍ୟ ଆଜି କମ୍ ରହିଛି। ଆଜି କିଲୋଗ୍ରାମ ପ୍ରତି ରୁପା ଦର ୬୨,୫୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.