ଜାଣନ୍ତୁ ଆଜି କେତେ ଅଛି ଆପଣଙ୍କ ସହରରେ ସୁନା ଦର

ପ୍ରତ୍ୟେକ ଦିନ ପେଟ୍ରୋଲ ଓ ଡିଜେଲ୍ ଦର ପରି ସୁନା ଦର ମଧ୍ୟ କମୁଛି। ଆପଣ ଯଦି ସୁନା କିଣିବାକୁ ଚାହୁଁଛନ୍ତି, ତେବେ ଆଜି ହିଁ କିଣି ଆଣନ୍ତୁ। କାରଣ ଏହାର ଦାମ ବାର୍ତ୍ତମାନ କମ୍ ରହିଛି। ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୭,୦୦୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୫୧,୨୮୦ ଟଙ୍କା ରହିଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ୧୦ ଗ୍ରାମ ପ୍ରତି ୪୭୦୦୦ ଟଙ୍କା ଓ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୧, ୨୮୦ ଟଙ୍କା ହୋଇଛି।

 

ଦେଶର ପ୍ରମୁଖ ସହରମାନଙ୍କରେ ମଧ୍ୟ ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୪୭,୦୦୦ ଟଙ୍କା ଓ ୫୧,୨୮୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୭, ୧୫୦ ଟଙ୍କା ଓ ୫୧, ୪୩୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୭,୬୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୧,୯୮୦ ଟଙ୍କା ଥିବା ରେକର୍ଡ ହୋଇଛି। ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୭,୦୦୦ ଟଙ୍କା ଓ ୫୧, ୨୮୦ ଟଙ୍କା ରହିଛି। ସେହିପରି ଆଜି ରୁପା ମୂଲ୍ୟ ବି ବୃଦ୍ଧି ପାଇଛି। ଆଜି ରୁପା କିଲୋଗ୍ରାମ ପ୍ରତି ୫୮,୧୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।