ଆଜିର ସୁନା-ରୁପା ଦାମ କ’ଣ ଅଛି ଆପଣଙ୍କ ସହରରେ, ଜାଣନ୍ତୁ

ପ୍ରତିଦିନ ସୁନା ଓ ରୂପା ଦର ନିର୍ଦ୍ଧାରଣ କରାଯାଇଥାଏ । କେଉଁ ଦିନ ଦର କମିଥାଏ ତ କେବେ ବଢିଥାଏ ଆଉ ପୁଣି କେବେ ସମାନ ରହିଥାଏ । ସୁନା କିଣିବାକୁ ଯାଉଥିଲେ ନଜର ପକାନ୍ତୁ ଆଜି ଓଡ଼ିଶା ସମେତ ଦେଶର ପ୍ରମୁଖ ସହର ମାନଙ୍କରେ କେତେ ରହିଛି ସୁନା ଦର। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୭୩ ହଜାର ୪୦୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ୧୦ ଗ୍ରାମ ପିଛା ୮୦ ହଜାର ୦୭୦ ଟଙ୍କା ରହିଛି । ସେହିପରି ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦର ୭୩, ୪୦୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ୍ ସୁନା ଦର ୮୦, ୦୭୦ ଟଙ୍କା ରହିଛି ।

ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୭୩,୪୦୦ ଟଙ୍କା ଓ ୮୦, ୦୭୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ୭୩,୫୫୦ ଟଙ୍କା ଓ ୮୦, 22୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୭୩,୪୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୮୦, ୦୭୬ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୭୩,୪୦୦ ଟଙ୍କା ଓ ୮୦, ୦୭୦ ଟଙ୍କା ରହିଛି । ଅନ୍ୟ ପଟେ ରୁପା ଦର କେଜି ପ୍ରତି ୧,୦୨,୦୦୦ ହଜାର ଟଙ୍କା ହୋଇଛି ।

 

You might also like