ବଢୁଛି ସୁନା ଦର, କିଣିବା ପୂର୍ବରୁ ନିଶ୍ଚୟ ପଢ଼ିନିଅନ୍ତୁ ଆଜି କେତେ ଅଛି ଦାମ୍‌

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୬୩,୩୪୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ସୁନା ଦର ୬୯,୧୦୦ ଟଙ୍କା ରହିଛି । ସେହିପରି ଦର ବୃଦ୍ଧି ପରେ ଭୁବନେଶ୍ବରରେ ୨୨ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ ପ୍ରତି ୬୩,୩୪୦ ଟଙ୍କାରେ ପହଞ୍ଚିଛି । ୨୪ କ୍ୟାରେଟ୍ ସୁନା ଦର ୬୯,୧୦୦ ଟଙ୍କା ହୋଇଛି ।

ଯଦି ଆପଣ ବାହାଘର ଲାଗି ସୁନା କିଣିବାକୁ ଯୋଜନା ରଖିଛନ୍ତି ତାହେଲେ ସୁନାର ମୂଲ୍ୟ ଜାଣିବା ନିହାତି ଆବଶ୍ୟକ । ତେବେ କିଣିବା ଆଗରୁ ଜାଣି ରଖନ୍ତୁ ଆଜି ବଜାରରେ ସୁନା ଦର କେତେ ରହିଛି । ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୬୩,୩୪୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ସୁନା ଦର ୬୯,୧୦୦ ଟଙ୍କା ରହିଛି ।  ସେହିପରି ଦର ବୃଦ୍ଧି ପରେ ଭୁବନେଶ୍ବରରେ ୨୨ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ ପ୍ରତି ୬୩,୩୪୦ ଟଙ୍କାରେ ପହଞ୍ଚିଛି । ୨୪ କ୍ୟାରେଟ୍ ସୁନା ଦର ୬୯,୧୦୦ ଟଙ୍କା ହୋଇଛି ।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ ପରିବର୍ତ୍ତନ ହୋଇଛି । ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୬୩,୩୪୦ ଟଙ୍କା ଓ ୬୯,୧୦୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ୬୩,୪୯୦ ଟଙ୍କା ଓ ୬୯,୨୫୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୬୪,୨୯୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୭୦,୧୪୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୬୩,୩୪୦ ଟଙ୍କା ଓ ୬୯,୧୦୦ ଟଙ୍କା ରହିଛି । ସେହିପରି ରୁପା ମୂଲ୍ୟ ୧ କିଲୋଗ୍ରାମ ପ୍ରତି ୭୯, ୧୦୦ ଟଙ୍କା ରହିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.