ଜାଣନ୍ତୁ ଆପଣଙ୍କ ସହରରେ ଆଜି କେତେ ରହିଛି ସୁନା ଓ ରୂପା ଦାମ୍

ପ୍ରତ୍ୟେକ ଦିନ ସୁନା ଓ ରୂପା ଦରରେ ପରିବର୍ତ୍ତନ ହୋଇଥାଏ। ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ ପ୍ରତି ୪୭ ,୨୦୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୧ ହଜାର ୪୯୦ ଟଙ୍କା ରହିଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ଯଥାକ୍ରମେ ୪୭ ହଜାର ୨୦୦ ଟଙ୍କା ଓ ୫୧ ହଜାର ୪୯୦  ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ମଧ୍ୟ ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୪୭ ହଜାର ୨୦୦ ଟଙ୍କା ଓ ୫୧ ହଜାର ୪୯୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୭ ହଜାର ୨୦୦ ଟଙ୍କା ଓ ୫୧ ହଜାର ୪୯୦ ଟଙ୍କା ରହିଛି।

ସେହିପରି ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ମୂଲ୍ୟ ୪୮ ହଜାର ୩୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ମୂଲ୍ୟ ୫୨ ହଜାର ୭୫୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୭ ହଜାର ୨୦୦ ଟଙ୍କା ଓ ୫୧ ହଜାର ୪୯୦ ଟଙ୍କା ରହିଛି । କହିବାକୁ ଗଲେ ଆଜି ସୁନା ଦର ବୃଦ୍ଧି ପାଇଛି।

ଆଜି ରୁପା ମୂଲ୍ୟ ବି କମିଛି। ଆଜି ରୁପା କିଲୋଗ୍ରାମ ପ୍ରତି ୬୦୦ ଟଙ୍କା କମି ୬୦ ହଜାର ୮୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.