ଆକାଶ ଛୁଆଁ ସୁନା ଦର, ଆଗକୁ ଆହୁରି ବଢ଼ିବ ! ଜାଣନ୍ତୁ କେତେ ରହିଛି ଆଜିର ମୂଲ୍ୟ

ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୪,୮୫୦ ଟଙ୍କା ଓ ୫୯,୮୪୦ ଟଙ୍କା ହୋଇଛି।

ଯଦି ଆପଣ ବର୍ତ୍ତମାନ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତେବେ ଏଠାରୁ ଜାଣି ନିଅନ୍ତୁ । ସୁନା ଦର ସର୍ବକାଳୀନ ରେକର୍ଡ ସ୍ତରରେ ପହଁଚିଛି । ୨୨ କ୍ୟାରେଟ୍ ସୁନା ଦାମ ୫୫ ହଜାର ଟଙ୍କାରେ ପହଁଚିଛି । ତେଣୁ ପୁରୁଣା ସୁନା ବିକ୍ରି କରିବାକୁ ବାଧ୍ୟ ହେଉଛନ୍ତି ଲୋକେ । ସୁନା କିଣିବା ପାଇଁ ଲୋକେ ଘରେ ରହୁଥିବା ପୁରୁଣା ସୁନାକୁ ବଦଳ କରୁଛନ୍ତି । ସୁନା ଦରରେ ବର୍ତ୍ତମାନ ଦେଖାଦେଇଥିବା ବଡ଼ ଧରଣର ବୃଦ୍ଧି ଯୋଗୁ ସୁନା ବଦଳ ବଢିଛି ।

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୪,୬୪୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୫୯,୬୫୦ ଟଙ୍କା ରହିଛ। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୪,୮୫୦ ଟଙ୍କା ଓ ୫୯,୮୪୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦର ସ୍ଥିର ରହିଛି । ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୫୪,୮୫୦ ଟଙ୍କା ଓ ୫୯ ,୮୪୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୫୪,୯୫୦ ଟଙ୍କା ଓ ୫୯,୯୯୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୭,୯୨୭ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୨,୨୮୫ଟଙ୍କା ଥିବା ରେକର୍ଡ ହୋଇଛି। ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୪,୮୫୦ ଟଙ୍କା ଓ ୫୯ ,୮୪୦ ଟଙ୍କା ରହିଛି। ସେହିପରି ରୁପା ମୂଲ ୭୩ ,୪୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।