ସୁନା କିଣିବାକୁ ଯିବା ପୂର୍ବରୁ ଜାଣନ୍ତୁ ଆଜିର ମୂଲ୍ୟ; ଭୁବନେଶ୍ବରରେ କମିଛି ଦର!

ହୁହୁ ହୋଇ ବଢ଼ି ଚାଲିଛି ସୁନା ଦର । ସୁନା କିଣିବା ପୂର୍ବରୁ ବହୁ ଥର ଚିନ୍ତା କରିବାକୁ ପଡ଼ୁଛି । ହେଲେ ସୁନା କିଣିବାକୁ ଚାହୁଁଥିବା ଲୋକଙ୍କ ପାଇଁ ଖୁସି ଖବର । କମିଛି ସୁନା ଦର । ତେବେ ଆସନ୍ତୁ ଜାଣିବା, ସୁନା ଦର କେଉଁଠି କେତେ ? ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୯୫, ୫୧୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୮୭ ହଜାର ୫୫୦ ଟଙ୍କା ଛୁଇଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୯୫, ୫୧୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ୮୭ ହଜାର ୫୫୦ ଟଙ୍କାକୁ ପହଞ୍ଚିଛି । ମୁମ୍ବାଇରେ ୨୪ କ୍ୟାରେଟ୍ ମୂଲ୍ୟ ୯୫,୫୧୦ ଟଙ୍କା ଓ ୨୨ କ୍ୟାରେଟ୍ ମୂଲ୍ୟ ୮୭ ,୫୫୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ୯୫, ୬୬୦ ଟଙ୍କା ଓ ୨୨ କ୍ୟାରେଟ୍ ୮୭,୭୦୦ ଟଙ୍କା ରହିଛି ।
ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୯୫, ୫୧୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୮୭,୫୫୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୯୫, ୫୧୦ ଓ ୮୭,୫୫୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୧,୦୦,୭୦୦ ଟଙ୍କା ହୋଇଛି ।
କେମିତି ଜାଣିବେ ସୁନାର ଶୁଦ୍ଧତା ଜାଣନ୍ତୁ…
ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତେବେ ଆପଣ ‘BIS Care app’ରେ ଯାଞ୍ଚ କରିପାରିବେ ।
ସୁନାର ଲାଇସେନ୍ସ ନମ୍ବର, ହଲମାର୍କ କିମ୍ବା ପଞ୍ଜୀକରଣ ସଂଖ୍ୟା ଭୁଲ ଥିଲେ, ଆପଣ ସିଧାସଳଖ ସରକାରଙ୍କ ନିକଟରେ ଅଭିଯୋଗ କରିପାରିବେ ।
ଅଭିଯୋଗ କରିବା ପରେ ଏହି ପ୍ରସଙ୍ଗରେ କ’ଣ ପଦକ୍ଷେପ ନିଆଯାଇଛି ସେ ସମ୍ବନ୍ଧରେ ମଧ୍ୟ ସୂଚନା ପାଇପାରିବେ ।
ସଠିକ୍ ଦାମ୍ରେ କେମିତି କିଣିବେ ସୁନା
ସବୁବେଳେ ସୁନାର ଦାମ୍ ବୃଦ୍ଧି ଓ ହ୍ରାସ ପାଇଥାଏ । ନିୟମିତ ସୁନାର ଦାମ୍ ଚେକ୍ କରନ୍ତୁ ଯାହାଦ୍ୱାରା ଆପଣ ସୁନାର ଦାମ୍ ହ୍ରାସ ବେଳେ ଗହଣା କିଣିପାରିବେ।
ସୁନା କିଣିବା ବେଳେ ହଲ୍ମାର୍କ ଦେଖି ସୁନା କିଣନ୍ତୁ ।
ସୁନା କିଣିବା ବେଳେ ମେକିଂ ଚାର୍ଜ ଉପରେ ଧ୍ୟାନ ଦିଅନ୍ତୁ ।
ଆହୁରି ପଢ଼ନ୍ତୁ : ଅକ୍ଷୟ ତୃତୀୟା ପରେ ସାମାନ୍ୟ ଶସ୍ତା ହୋଇଛି ସୁନା; ଆଜି ଏତିକି କମିଲା ଦର