କମିଲା ସୁନା, ରୁପା ଦର; ଜାଣନ୍ତୁ କେଉଁଠି କେତେ ଅଛି ଦର ?

ଆଜି ପବିତ୍ର ଅକ୍ଷୟ ତୃତୀୟା । ଏହି ଦିନ ଅଧିକାଂଶ ଲୋକେ ସୁନା ଓ ରୁପା ଅଳଙ୍କାର କିଣିବା ପାଇଁ ଇଚ୍ଛା କରନ୍ତି । ଗତ କିଛି ଦିନ ଧରି ସୁନା ଦାମ୍ ହୁ ହୁ ହୋଇ ବୃଦ୍ଧି ପାଇ ଲକ୍ଷେ ଟଙ୍କା ଅତିକ୍ରମ କରିଥିବା ଏବେ ଗ୍ରାହକଙ୍କ ପାଇଁ ସାମାନ୍ୟ ଆଶ୍ୱସ୍ତି ମିଳିଛି । ସୁନା ଦର ହ୍ରାସ ହୋଇଛି । ଏପ୍ରିଲ ୩୦ ଅର୍ଥାତ୍ ବୁଧବାର ସୁନା ଦର ସାମାନ୍ୟ କମିଛି ।
ତେବେ ଆସନ୍ତୁ ଜାଣିବା, ସୁନା ଦର କେଉଁଠି କେତେ ? ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୯୭, ୯୧୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୮୯ ହଜାର ୭୫୦ ଟଙ୍କା ଛୁଇଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୯୭, ୯୧୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ୮୯ ହଜାର ୮୦୦ ଟଙ୍କାକୁ ପହଞ୍ଚିଛି । ମୁମ୍ବାଇରେ ୨୪ କ୍ୟାରେଟ୍ ମୂଲ୍ୟ ୯୭,୯୭୦ ଟଙ୍କା ଓ ୨୨ କ୍ୟାରେଟ୍ ମୂଲ୍ୟ ୮୯ ,୭୫୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ୯୮, ୦୪୦ ଟଙ୍କା ଓ ୨୨ କ୍ୟାରେଟ୍ ୮୯,୯୦୦ଟଙ୍କା ରହିଛି ।
ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୯୭, ୯୧୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୮୯,୭୫୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୯୭, ୯୧୦ ଓ ୮୯,୭୫୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୧,୦୦,୦୦୦ ଟଙ୍କା ହୋଇଛି ।
କେମିତି ଜାଣିବେ ସୁନାର ଶୁଦ୍ଧତା ଜାଣନ୍ତୁ…
ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତେବେ ଆପଣ ‘BIS Care app’ରେ ଯାଞ୍ଚ କରିପାରିବେ ।
ସୁନାର ଲାଇସେନ୍ସ ନମ୍ବର, ହଲମାର୍କ କିମ୍ବା ପଞ୍ଜୀକରଣ ସଂଖ୍ୟା ଭୁଲ ଥିଲେ, ଆପଣ ସିଧାସଳଖ ସରକାରଙ୍କ ନିକଟରେ ଅଭିଯୋଗ କରିପାରିବେ ।
ଅଭିଯୋଗ କରିବା ପରେ ଏହି ପ୍ରସଙ୍ଗରେ କ’ଣ ପଦକ୍ଷେପ ନିଆଯାଇଛି ସେ ସମ୍ବନ୍ଧରେ ମଧ୍ୟ ସୂଚନା ପାଇପାରିବେ ।
ସଠିକ୍ ଦାମ୍ରେ କେମିତି କିଣିବେ ସୁନା
ସବୁବେଳେ ସୁନାର ଦାମ୍ ବୃଦ୍ଧି ଓ ହ୍ରାସ ପାଇଥାଏ । ନିୟମିତ ସୁନାର ଦାମ୍ ଚେକ୍ କରନ୍ତୁ ଯାହାଦ୍ୱାରା ଆପଣ ସୁନାର ଦାମ୍ ହ୍ରାସ ବେଳେ ଗହଣା କିଣିପାରିବେ।
ସୁନା କିଣିବା ବେଳେ ହଲ୍ମାର୍କ ଦେଖି ସୁନା କିଣନ୍ତୁ ।
ସୁନା କିଣିବା ବେଳେ ମେକିଂ ଚାର୍ଜ ଉପରେ ଧ୍ୟାନ ଦିଅନ୍ତୁ ।
Also read: Nothing ଲଞ୍ଚ କଲା ୩ଟି କ୍ୟାମେରା ସହିତ ଏକ ଶସ୍ତା ସ୍ମାର୍ଟଫୋନ୍, ପାୱାରଫୁଲ୍ ବ୍ୟାଟେରୀ ସମେତ ମିଳିବ ଦମଦାର୍ ଫିଚର୍ସ