ନୂଆବର୍ଷରେ ସୁନା କିଣିବାକୁ ଚାହୁଁଛନ୍ତି କି? ଜାଣନ୍ତୁ ଆପଣଙ୍କ ସହରରେ କେତେ ରହିଛି ଦାମ୍

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୮,୯୩୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୪୯,୯୩୦ ଟଙ୍କାରେ ପହଞ୍ଚିଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୭,୭୦୦ ଟଙ୍କା ଓ ୫୦,୯୫୦ ଟଙ୍କା ଛୁଇଁଛି।

ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୮,୯୩୦ ଟଙ୍କା ଓ ୪୯,୯୩୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୮,୮୫୦ ଟଙ୍କା ଓ ୫୩,୩୦୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୭,୧୨୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୧,୪୨୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୯,୫୬୦ ଟଙ୍କା ଓ ୫୨,୧୬୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ ମଧ୍ୟ କିଲୋଗ୍ରାମ ପ୍ରତି ୨୦୦ ଟଙ୍କା ବଢ଼ିଛି। ଆଜି ରୁପା ମୂଲ୍ୟ ୬୮,୪୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

You might also like