ସୁନା କିଣିବାକୁ ଭାବୁଛନ୍ତି କି? ତା ପୂର୍ବରୁ ଜାଣନ୍ତୁ ଆଜିର ଦର

ଭାରତୀୟ ବଜାରରେ ଆଜି ୨୪ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୭୩ ହଜାର ୬୮୦ ଟଙ୍କା ହୋଇଛି । ୨୨ କ୍ୟାରେଟ ସୁନା ୧୦ ଗ୍ରାମ ପିଛା ୬୭ ହଜାର ୫୪୦ଟଙ୍କା । ସେହିପରି ଓଡ଼ିଶାରେ ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦର ୬୭,୫୪୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ୍ ସୁନା ଦର ୭୩ ହଜାର ୬୮୦ ହୋଇଛି ।

ସର୍ବକାଳୀନ ନୂଆ ରେକର୍ଡ ସ୍ତରରେ ପହଞ୍ଚିଛି ସୁନା ଦର । ଭାରତୀୟ ବଜାରରେ ଆଜି ୨୪ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୭୩ ହଜାର ୬୮୦ ଟଙ୍କା ହୋଇଛି । ୨୨ କ୍ୟାରେଟ ସୁନା ୧୦ ଗ୍ରାମ ପିଛା ୬୭ ହଜାର ୫୪୦ଟଙ୍କା । ସେହିପରି ଓଡ଼ିଶାରେ ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦର ୬୭,୫୪୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ୍ ସୁନା ଦର ୭୩ ହଜାର ୬୮୦ ହୋଇଛି ।

ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୬୭,୫୪୦ ଟଙ୍କା ଓ ୭୩,୬୮୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ୬୭,୯୬୦ ଟଙ୍କା ଓ ୭୩,୬୮୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୬୮,୪୪୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୭୪,୬୬୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୬୭,୫୪୦ ଟଙ୍କା ଓ ୭୩,୬୮୦ ଟଙ୍କା ରହିଛି । ଅନ୍ୟ ପଟେ ରୁପା ଦର ମଧ୍ୟ ବୃଦ୍ଧି ହୋଇ କେଜି ପ୍ରତି ୮୫ ହଜାର ୪୦୦ ଟଙ୍କା ହୋଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.