ବ୍ୟବସାୟ ଓ ଅର୍ଥନୀତି

ପୁଣି ବଢିଲା ଓମଫେଡ୍‌ କ୍ଷୀର ଦର, ପ୍ୟାକେଟ୍‌ ପିଛା ଦୁଇ ଟଙ୍କା ମୂଲ୍ୟ ବୃଦ୍ଧି

କେନ୍ୟୁଜ୍(ବ୍ୟୁରୋ): ପୁଣି ବଢିଲା ଓମଫେଡ୍‌ କ୍ଷୀର ଦର। ପ୍ୟାକେଟ୍‌ ପିଛା ଦୁଇ ଟଙ୍କା ମୂଲ୍ୟ ବୃଦ୍ଧି ନେଇ ଓମଫେଡ୍‌ ପକ୍ଷରୁ ସୂଚନା ଦିଆଯାଇଛି। ଆସନ୍ତା ଏପ୍ରିଲ ୧ରୁ ଲାଗୁ ହେବ ନୂଆ ଦର। ଗୋଖାଦ୍ୟ, ଚାରା, ଔଷଧ, ଇନ୍ଧନ ଆଦିର ଦର ବୃଦ୍ଧିକୁ ଦୃଷ୍ଟିରେ ରଖି କ୍ଷୀର ମୂଲ୍ୟ ବୃଦ୍ଧି କରିବାକୁ ନିଷ୍ପତ୍ତି ନିଆଯାଇଛି।

ନୂଆ ଦର ଲାଗୁ ହେବା ଫଳରେ ୫୦୦ ଏମଏଲ ଟୋନଡ କ୍ଷୀର ମୂଲ୍ୟ ୨୧ ଟଙ୍କାରୁ ୨୩ ଟଙ୍କାକୁ ବୃଦ୍ଧି ପାଇଛି। ସେହିପରି ୫୦୦ ଏମଏଲ ପ୍ରିମିୟମ କ୍ଷୀର ଓ ଗୋଲ୍‌ଡ କ୍ଷୀରର ଦାମ ୨୪ ଟଙ୍କାରୁ ୨୬ ଟଙ୍କା ବୃଦ୍ଧି ପାଇଛି। ଚା ସ୍ପେଶାଲ କ୍ଷୀର ମୂଲ୍ୟ ୨୩ ଟଙ୍କାରୁ ୨୫ ଟଙ୍କାକୁ ବଢ଼ିଛି ।

ଦର ବୃଦ୍ଧି ହେବା ଯୋଗୁ ଚାଷୀ ଲାଭବାନ ହେବେ କିନ୍ତୁ ଖାଉଟିଙ୍କ ପକେଟ ଉପରେ ବୋଝ ପଡ଼ିବ। କାରଣ ଅନ୍ୟ କ୍ଷୀର ତୁଳନାରେ ଓମଫେଡ୍‌ କ୍ଷୀର ଦର କମ୍‌ ରହିଥିଲା ।

Sonalisa

Recent Posts

ଆଜିର ରାଶିଫଳ: ଆର୍ଥିକ ସ୍ଥିତି ସୁଦୃଢ଼ ହେବ, ବ୍ୟବସାୟ ଆଗକୁ ବଢାଇବେ

ମେଷ: ଦିନଟି ଆପଣଙ୍କର ଲାଭଦାୟକ ରହିବ । ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦେବାକୁ ପଡିବ । ପରିବାରରେ ସୁଖ ମିଳିବ…

6 hours ago

ଏଫଆଇଭିବି ଭଲିବଲ୍ ଫାଉଣ୍ଡେସନର ପ୍ରତିଷ୍ଠାତା ସହଯୋଗୀ ଭାବେ କିଟ୍ ଓ କିସର ନାଁ ଘୋଷଣା

ଭୁବନେଶ୍ୱର(କେନ୍ୟୁଜ୍‌): ଅନ୍ତର୍ଜାତୀୟ ଭଲିବଲ୍ ସଂଘ (ଏଫଆଇଭିବି) ପକ୍ଷରୁ ନୂଆ କରି ଗଠନ କରାଯାଇଥିବା ଏଫଆଇଭିବି ଭଲିବଲ୍ ଫାଉଣ୍ଡେସନର ପ୍ରତିଷ୍ଠାତା ସହଯୋଗୀ…

9 hours ago

ଘରର କବାଟ ଝରକା ଭାଙ୍ଗି ଟଙ୍କା, ସୁନା ଲୁଟିବା ସହ ଜୀବନ ନେଇଗଲେ ଦୃର୍ବୁତ୍ତ

ବୌଦ୍ଧ : ଅଧା ରହିଥିଲା ଘର କାମ ତେଣୁ ଘର କାମ କରିବା ପାଇଁ ବ୍ୟାଙ୍କରୁ ଟଙ୍କା ଆଣିଥିଲେ। ହେଲେ…

10 hours ago

ଭୋଟ୍‌ ଦେବାକୁ ଆସିଥିଲେ, ବୁଥ୍‌ ସାମ୍ନାରେ ସ୍ତ୍ରୀର ଜୀବନ ନେଇଗଲା ସ୍ୱାମୀ

ଭଦ୍ରକ: ୪ ବର୍ଷ ତଳେ ହୋଇଥିଲା ବାହାଘର । ଅଗ୍ନିକୁ ସାଖି ରଖି ସାରା ଜୀବନ ପାଇଁ ପରସ୍ପର ସାଥି…

10 hours ago

ରାଜ୍ୟରେ ସନ୍ଧ୍ୟା ୫ଟା ସୁଦ୍ଧା ୬୨.୪୬ ପ୍ରତିଶତ ମତଦାନ

ଭୁବନେଶ୍ୱର(କେନ୍ୟୁଜ୍‌): ସରିଲା ଗଣତନ୍ତ୍ରର ମହାପର୍ବ । ଓଡିଶାରେ ଚତୁର୍ଥ ତଥା ଅନ୍ତିମ ପର୍ଯ୍ୟାୟ ନିର୍ବାଚନରେ ୬ଟି ଲୋକସଭା ଓ ୪୨…

12 hours ago

ଭୋଟ ଦେବାକୁ ଆସିଥିବା ବେଳେ ସ୍ତ୍ରୀକୁ ହତ୍ୟାକଲା ନୃଶଂସ ସ୍ବାମୀ

ଭଦ୍ରକ (କେନ୍ୟୁଜ୍‌): ବୁଥ ସାମ୍ନାରେ ହାଣିଲା ସ୍ୱାମୀ । ସ୍ତ୍ରୀକୁ ମେଡିକାଲରେ ମୃତ ଘୋଷଣା କଲେ ଡାକ୍ତର । ତେବେ…

13 hours ago