ବ୍ୟବସାୟ ଓ ଅର୍ଥନୀତି

ସ୍ଥିର ରହିଛି ପେଟ୍ରୋଲ ଓ ଡିଜେଲ ଦର, ନଜର ପକାନ୍ତୁ ଆଜି ଲିଟର କେତେ ଟଙ୍କା

ନିଜ ଗାଡି ଟାଙ୍କିରେ ତେଲ ପକାଇବା ପୂର୍ବରୁ ପ୍ରଥମେ ନଜର ପକାନ୍ତୁ କେତେ ରହିଛି ଆଜିର ପେଟ୍ରୋଲ ଓ ଡିଜେଲ ଦର। ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୦୩ ଟଙ୍କା
୧୯ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୯୪ ଟଙ୍କା ୭୬ ପଇସା ରହିଛି। ସେହିପରି ଦେଶର ପ୍ରମୁଖ ସହରରେ ବି ପେଟ୍ରୋଲ ଓ ଡିଜେଲ ଦରରେ କିଛିଟା ପରିବର୍ତ୍ତନ ହୋଇଛି। ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୯୬ ଟଙ୍କା ୭୨ ପଇସା ଓ ଡିଜେଲ ଦର ୮୯ ଟଙ୍କା ୬୨ ପଇସା ହୋଇଛି। ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ୧୦୬ ଟଙ୍କା ୩୧ ପଇସା ହୋଇଥିବା ବେଳେ ଡିଜେଲ ଲିଟର ପିଛା ୯୪ ଟଙ୍କା ୨୭ ପଇସା ରହିଛି ।

ସେହିପରି କୋଲକାତାରେ ପେଟ୍ରୋଲ ଦର ୧୦୬ ଟଙ୍କା ୦୩ ପଇସା ଥିବାବେଳେ ଡିଜେଲ ଦର ୯୨ ଟଙ୍କା ୭୬ ପଇସା ରହିଛି। ଚେନ୍ନାଇରେ ପେଟ୍ରୋଲ ଦର ୧୦୨ ଟଙ୍କା ୭୩ ପଇସା ଥିବା ବେଳେ ଡିଜେଲ ଦାମ ୯୪ ଟଙ୍କା ୩୩ ପଇସା ରହିଛି।

କେମିତି ଜାଣିବେ ଆପଣଙ୍କ ସହରରେ କେତେ ଅଛି ଦାମ୍:

ପେଟ୍ରୋଲ ଏବଂ ଡିଜେଲ ଦାମ୍ ଆପଣ SMS ମାଧ୍ୟମରେ ମଧ୍ୟ ଜାଣିପାରିବେ। ଇଣ୍ଡିଆନ ଅଏଲ ୱେବସାଇଟ ଅନୁଯାୟୀ ଆପଣଙ୍କୁ ଏବଂ ନିଜ ସହରର କୋଡ୍ ଲେଖି ୯୨୨୪୯୯୨୨୪୯ ନମ୍ବରକୁ ପଠାଇବାକୁ ହେବ। ପ୍ରତି ସହରର କୋଡ୍ ଅଲଗା ଅଲଗା ରହିଥାଏ। ଯାହା ଆପଣଙ୍କୁ ଆଇସିଓଏଲ ୱେବସାଇଟରୁ ମିଳିଯିବ।

ପ୍ରତିଦିନ ଛଅଟା ବେଳେ ବଦଳିଯାଏ ମୂଲ୍ୟ:

ସୂଚନା ମୁତାବକ, ପ୍ରତ୍ୟେକ ଦିନ ସକାଳ ୬ଟା ରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ। ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ। ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ।

Barsha

Recent Posts

ଦାରିଙ୍ଗବାଡ଼ି: ବଜ୍ରାଘାତରେ ୪ ଗୋରୁ ମୃତ

ଦାରିଙ୍ଗବାଡ଼ି : କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡ଼ି ବ୍ଳକ ଅନ୍ତର୍ଗତ କିଲାବାଡ଼ି ଗ୍ରାମରେ  ଆଜି ଅପରାହ୍ନରେ କାଳ ବୈଶାଖୀ ବର୍ଷା ଜନିତ…

4 mins ago

କାଳବୈଶାଖୀର କରାଳ ରୂପ, ବଜ୍ରାଘାତ ନେଲା ୧୨ ଗାଇଙ୍କ ଜୀବନ

ଲକ୍ଷ୍ମୀପୁର : ଆଜି କୋରାପୁଟ ଜିଲ୍ଲା ନାରାୟଣପାଟଣା ଥାନା ଗଦରାଗୁଡ଼ା ଏବଂ ପିଲ୍କୁର୍ ଗାଁରେ କାଳବୈଶାଖୀର ପ୍ରଭାବ ଦେଖିବାକୁ ମିଳିଛି…

56 mins ago

ସାନଖେମୁଣ୍ଡିରେ କାଳବୈଶାଖୀ ବର୍ଷା, ବଜ୍ରାଘାତରେ ଦୁଇ ଯୁବକଙ୍କ ମୃତ୍ୟୁ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ପାଟପୁର ଥାନା ଅନ୍ତର୍ଗତ ସାନଖେମୁଣ୍ଡି ବ୍ଲକ ଗାନ୍ଧୀ ଛକରେ ବଜ୍ରାଘାତରେ ଦୁଇ ଯୁବକଙ୍କ ମୃତ୍ୟୁ…

2 hours ago

୭୨ ଘଣ୍ଟାରେ ରାଜ୍ୟରେ ଅଂଶୁଘାତ ମୃତ୍ୟୁ ୨୦, ରାଜସ୍ୱ କମିସନଙ୍କ କାର୍ଯ୍ୟାଳୟ ଦେଲା ସୂଚନା

ଗତ ୭୨ ଘଣ୍ଟାରେ ରାଜ୍ୟରେ ଅଂଶୁଘାତରେ ୨୦ଜଣଙ୍କ ମୃତ୍ୟୁ ଘଟିଛି । ଏହି ସମୟ ମଧ୍ୟରେ ୯୯ଟି ଅଂଶୁଘାତଜନିତ ମୃତ୍ୟୁ…

2 hours ago

ବର୍ଷେ ପରେ ବି ତାଜା ଅଛି ସେହି ଭୟଙ୍କର ଦୁର୍ଘଟଣାର ସ୍ମୃତି, ମନେ ପକାଉଛନ୍ତି ଗାଁ ଲୋକେ ଓ ସ୍ୱେଚ୍ଛାସେବୀ

ସେହି ରେଳ ଧାରଣା ଅଛି । ସେଇଠି ଟ୍ରେନ୍‌ ବି ଚାଲୁଛି । ତଥାପି ଗୁମୁରି ଗୁମୁରି କାନ୍ଦୁଛି ଏ…

3 hours ago

ବାହାନଗା ରେଳ ଦୁର୍ଘଟଣାକୁ ବର୍ଷେ, ମୃତକଙ୍କ ପରିବାରକୁ ସହଯୋଗ କରିଥିଲେ ଡ. ଅଚ୍ୟୁତ ସାମନ୍ତ

ବାଲେଶ୍ୱର ଜିଲ୍ଲା ବାହାନଗାଠାରେ ଘଟିଥିବା ମର୍ମନ୍ତୁଦ ରେଳ ଦୁର୍ଘଟଣାକୁ ପୂରିଛି ଏକ ବର୍ଷ । ଏଭଳି ଦୁର୍ଘଟଣାରେ ମର୍ମାହତ ହୋଇ…

4 hours ago