ଭୁବନେଶ୍ୱରରେ କମିଲା ପେଟ୍ରୋଲ ଦାମ । ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୦୦ ଟଙ୍କା ୯୭ ପଇସା ରହିଛି । ଡିଜେଲ ଦର ୯୨ ଟଙ୍କା ୫୫ ପଇସା ରହିଛି । ପ୍ରତ୍ୟେକ ଦିନ ସକାଳ ୬ଟାରେ ଦାମରେ ପରିବର୍ତ୍ତନ ହୋଇଥାଏ ।
ଦିଲ୍ଲୀରେ ପେଟ୍ରୋଲ ଦର ୯୪ ଟଙ୍କା ୭୨ ପଇସାକୁ ହ୍ରାସ ପାଇଥିବା ବେଳେ ଡିଜେଲ ଦର ୮୭ ଟଙ୍କା ୬୨ ପଇସାକୁ ହ୍ରାସ ପାଇଛି । ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ୧୦୪ଟଙ୍କା ୨୧ ପଇସା ହୋଇଥିବା ବେଳେ ଡିଜେଲ ଲିଟର ପିଛା ୯୨ ଟଙ୍କା ୧୫ ପଇସା ରହିଛି । ସେହିପରି କୋଲକାତାରେ ପେଟ୍ରୋଲ ଦର ୧୦୩ ଟଙ୍କା ୯୪ ପଇସା ଥିବାବେଳେ ଡିଜେଲ ଦର ୯୦ ଟଙ୍କା ୭୬ ପଇସା ରହିଛି । ଚେନ୍ନାଇରେ ପେଟ୍ରୋଲ ଦର ୧୦୦ ଟଙ୍କା ୭୫ ପଇସା ଥିବା ବେଳେ ଡିଜେଲ ଦାମ ୯୨ ଟଙ୍କା ୩୪ ପଇସା ରହିଛି ।
କେମିତି ଜାଣିବେ ଆପଣଙ୍କ ସହରରେ କେତେ ଅଛି ଦାମ୍:
ପେଟ୍ରୋଲ ଏବଂ ଡିଜେଲ ଦାମ୍ ଆପଣ SMS ମାଧ୍ୟମରେ ମଧ୍ୟ ଜାଣିପାରିବେ । ଇଣ୍ଡିଆନ ଅଏଲ ୱେବସାଇଟ ଅନୁଯାୟୀ ଆପଣଙ୍କୁ ଏବଂ ନିଜ ସହରର କୋଡ୍ ଲେଖି ୯୨୨୪୯୯୨୨୪୯ ନମ୍ବରକୁ ପଠାଇବାକୁ ହେବ । ପ୍ରତି ସହରର କୋଡ୍ ଅଲଗା ଅଲଗା ରହିଥାଏ । ଯାହା ଆପଣଙ୍କୁ ଆଇସିଓଏଲ ୱେବସାଇଟରୁ ମିଳିଯିବ।
ପ୍ରତିଦିନ ଛଅଟା ବେଳେ ବଦଳିଯାଏ ମୂଲ୍ୟ:
ସୂଚନା ମୁତାବକ, ପ୍ରତ୍ୟେକ ଦିନ ସକାଳ ୬ଟାରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ । ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ । ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ ।
ମେଷ : ଏହି ରାଶିର ବ୍ୟକ୍ତିମାନେ କର୍ମକ୍ଷେତ୍ରରେ ଆଗକୁ ଯିବେ, ଏହା ସହ ସମ୍ମାନ ମିଳିବା ସହିତ ଆପଣ ଏକ…
ଯାଜପୁର ଟାଉନ : ରେସ୍ତୁରାଣ୍ଟରେ ଶିଶୁ ଶ୍ରମିକ କାମ କରୁଥିବା ଖବର ପାଇ ଚଢ଼ାଉ କରିବାକୁ ଯାଇଥିବା ଚାଇଲ୍ଡ ଲାଇନ…
ଭୁବନେଶ୍ବର : ଆସନ୍ତାକାଲି ବିଜେଡିର ରାଜ୍ୟସଭା ସାଂସଦଙ୍କ ସହ ଆଲୋଚନା କରିବେ ସୁପ୍ରିମୋ ନବୀନ ପଟ୍ଟନାୟକ । ନବୀନ ନିବାସରେ…
ମୟୁରଭଞ୍ଜ : ତୁଟିଲା ବିବାଦ । ମୟୁରଭଞ୍ଜ ଜିଲ୍ଲାରେ ସ୍ବାଭାବିକ ହେଲା ବସ୍ ଚଳା ଚଳ । ୩ ଦିନ…
କେନ୍ଦୁଝର : ଘଟଗାଁ ତାରିଣୀ ପୀଠର ବିକାଶ ପାଇଁ ଆଉ ୫୦ କୋଟିର ଅନୁଦାନ। କେନ୍ଦୁଝର ଜିଲ୍ଲାକୁ ଦୁଇ ଦିନିଆ…
ବାଲେଶ୍ବର: ଆଶା କରିଥିଲୁ ବୁଢ଼ା କାଳେ ଆମ ପୁଅ ଆମ ସାହାରା ପାଲଟିବ । ଆମେ ଜମି ବାଡ଼ି ବିକ୍ରି…