ବ୍ୟବସାୟ ଓ ଅର୍ଥନୀତି

ପେଟ୍ରୋଲ ଓ ଡିଜେଲ ମୂଲ୍ୟରେ ଆସିଲା ପରିବର୍ତ୍ତନ, ଜାଣନ୍ତୁ ଆପଣଙ୍କ ସହରରେ କେତେ ରହିଛି ଦାମ

ତୈଳ କମ୍ପାନୀଗୁଡିକ ଜାରି କରିଥିବା ପେଟ୍ରୋଲ ଓ ଡିଜେଲ ମୂଲ୍ୟରେ କିଛି ପରିବର୍ତ୍ତନ ଆସିନି । ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୦୩ ଟଙ୍କା ୧୯ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୯୪ ଟଙ୍କା ୭୬ ପଇସା ରହିଛି । ସେହିପରି କଟକରେ ପେଟ୍ରୋଲ ଦର ୧୦୩.୩୪ ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୯୪ ଟଙ୍କା ୯୦ ପଇସା ରହିଛି । ଏପଟେ ଦେଶର ପ୍ରମୁଖ ସହରରେ ବି ପେଟ୍ରୋଲ ଓ ଡିଜେଲ ଦର ପରିବର୍ତ୍ତିତ ହୋଇଛି ।

ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୧୦୬ ଟଙ୍କା ୦୩ ପଇସା ଓ ଡିଜେଲ ଦର ୯୨ ଟଙ୍କା ୭୬ ପଇସା ହୋଇଛି। ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ୧୦୬ ଟଙ୍କା ୩୧ ପଇସା ହୋଇଥିବା ବେଳେ ଡିଜେଲ ଲିଟର ପିଛା ୯୪ ଟଙ୍କା ୩୩ ପଇସା ରହିଛି । ସେହିପରି କୋଲକାତାରେ ପେଟ୍ରୋଲ ଦର ୧୦୬ ଟଙ୍କା ୦୩ ପଇସା ଥିବାବେଳେ ଡିଜେଲ ଦର ୯୨ ଟଙ୍କା ୨୭ ପଇସା ରହିଛି। ଚେନ୍ନାଇରେ ପେଟ୍ରୋଲ ଦର ୧୦୨ ଟଙ୍କା ୭୪ ପଇସା ଥିବା ବେଳେ ଡିଜେଲ ଦାମ ୯୪ ଟଙ୍କା ୩୩ ପଇସା ରହିଛି।

କେମିତି ଜାଣିବେ ଆପଣଙ୍କ ସହରରେ କେତେ ଅଛି ଦାମ୍:

ପେଟ୍ରୋଲ ଏବଂ ଡିଜେଲ ଦାମ୍ ଆପଣ SMS ମାଧ୍ୟମରେ ମଧ୍ୟ ଜାଣିପାରିବେ । ଇଣ୍ଡିଆନ ଅଏଲ ୱେବସାଇଟ ଅନୁଯାୟୀ ଆପଣଙ୍କୁ ଏବଂ ନିଜ ସହରର କୋଡ୍ ଲେଖି ୯୨୨୪୯୯୨୨୪୯ ନମ୍ବରକୁ ପଠାଇବାକୁ ହେବ । ପ୍ରତି ସହରର କୋଡ୍ ଅଲଗା ଅଲଗା ରହିଥାଏ । ଯାହା ଆପଣଙ୍କୁ ଆଇସିଓଏଲ ୱେବସାଇଟରୁ ମିଳିଯିବ।
ପ୍ରତିଦିନ ଛଅଟା ବେଳେ ବଦଳିଯାଏ ମୂଲ୍ୟ:

ସୂଚନା ମୁତାବକ, ପ୍ରତ୍ୟେକ ଦିନ ସକାଳ ୬ଟାରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ । ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ । ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ ।

Barsha

Recent Posts

ବିବାହ ଷ୍ଟେଜ୍‌ରେ କନିଆଁଙ୍କୁ ଚୁମ୍ବନ ଦେଇ ହଟହଟା ହେଲେ ବର

ଉତ୍ତରପ୍ରଦେଶରୁ ସମ୍ନାକୁ ଆସିଛି ଏକ ଅଜବ ଘଟଣା । ବାହାଘର ଚାଲିଥିବା ବେଳେ କନିଆଁକୁ ଚୁମା ଦେଇ ମାଡ଼ ଖାଇଲେ…

2 hours ago

ପୋଲିସ-ମାଓବାଦୀ ମଧ୍ୟରେ ବଡ଼ ଧରଣର ଗୁଳିବିନିମୟ, ୭ ହାର୍ଡ କୋର ମାଓବାଦୀ ନିହତ

ମାଲକାନଗିରି : ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ନାରାୟଣପୁର ଜିଲ୍ଲାରେ ପୋଲିସ ମାଓବାଦୀ ମଧ୍ୟରେ ବଡ଼ ଧରଣର ଗୁଳିବିନିମୟ ।…

2 hours ago

ଗାଈର ଡକାରରୁ ତିଆରି ହେଉଛି ହୀରା, କିପରି କାଣନ୍ତୁ…

ଆମ ସଂସ୍କୃତି, ପରମ୍ପରାରେ ଗାଈକୁ ପୂଜା କରାଯାଏ । ଗାଈ ଦେହରେ ଥାଆନ୍ତି ୩୩ କୋଟି ଦେବତା । ସେଥିପାଇଁ…

2 hours ago

୨ ହାତୀଦାନ୍ତ ଜବତ, ୧୧ ଗିରଫ

ରାଉରକେଲା : ୨ ହାତୀଦାନ୍ତ ଜବତ, ୧୧ ଗିରଫ । କୋର୍ଟ ଚାଲାଣ ହେଲେ ଗିରଫ ଅଭିଯୁକ୍ତ । ରାଉରକେଲା…

2 hours ago

ରବିବାର ସନ୍ଧ୍ୟା ସୁଦ୍ଧା ବାତ୍ୟା ନେବ ଭୀଷଣ ରୂପ, ସତର୍କତାମୂଳକ ପଦକ୍ଷେପ ନେବାକୁ ଜିଲ୍ଲାପାଳଙ୍କୁ ଚିଠି ଲେଖିଲେ ଏସ୍‌ଆରସି

ଭୁବନେଶ୍ବର : ବାତ୍ୟା ଓ ବର୍ଷା ନେଇ ସ୍ବତନ୍ତ୍ର ରିଲିଫ୍‌ କମିସନର ଜାରି କଲେ ସତର୍କ ସୂଚନା । ଏନେଇ…

4 hours ago

ମଣିଷ ଶରୀରରେ କେତେ ଉତ୍ତାପ ବହନ କରିବାର କ୍ଷମତା ରହିଛି ?

ବିଶ୍ୱର ଅନେକ ଅଞ୍ଚଳରେ ଜଳବାୟୁ ପରିବର୍ତ୍ତନ ହେତୁ ତାପମାତ୍ରା ଏତେ ବୃଦ୍ଧି ପାଇଛି ଯେ ଏହି ଉତ୍ତାପକୁ ସହ୍ୟ କରିବା…

4 hours ago