ବ୍ୟବସାୟ ଓ ଅର୍ଥନୀତି

ପେଟ୍ରୋଲ ଓ ଡିଜେଲ ଦରରେ ଆସିଛି ସାମନ୍ୟ ପରିବର୍ତ୍ତନ, ନଜର ପକାନ୍ତୁ

କେନ୍ୟୁଜ୍(ବ୍ୟୁରୋ): ଗାଡ଼ିରେ ତେଲ ପକାଇବା ପୂର୍ବରୁ ଜାଣିନିଅନ୍ତୁ ଆଜି କେତେ ରହିଛି ତେଲ ଦର। ଗତକାଲି ଭଳି ଆଜି ମଧ୍ୟ ସ୍ଥିର ରହିଛି ପେଟ୍ରୋଲ ଓ ଡିଜେଲ ଦର। ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୦୩ ଟଙ୍କା ୧୯ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୯୪ ଟଙ୍କା ୭୬ ପଇସା ରହିଛି। ସେହିପରି ଦେଶର ପ୍ରମୁଖ ସହରରେ ବି ପେଟ୍ରୋଲ ଓ ଡିଜେଲ ଦରରେ କିଛି ପରିବର୍ତ୍ତନ ହୋଇ ହୋଇଛି । ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୯୬ ଟଙ୍କା ୭୨ ପଇସା ଓ ଡିଜେଲ ଦର ୮୯ ଟଙ୍କା ୬୨ ପଇସା ହୋଇଛି। ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ୧୦୬ ଟଙ୍କା ୩୧ ପଇସା ହୋଇଥିବା ବେଳେ ଡିଜେଲ ଲିଟର ପିଛା ୯୪ ଟଙ୍କା ୨୭ ପଇସା ରହିଛି ।

ସେହିପରି କୋଲକାତାରେ ପେଟ୍ରୋଲ ଦର ୧୦୬ ଟଙ୍କା ୦୩ ପଇସା ଥିବାବେଳେ ଡିଜେଲ ଦର ୯୨ ଟଙ୍କା ୭୬ ପଇସା ରହିଛି। ଚେନ୍ନାଇରେ ପେଟ୍ରୋଲ ଦର ୧୦୨ ଟଙ୍କା ୬୩ ପଇସା ଥିବା ବେଳେ ଡିଜେଲ ଦାମ ୯୪ ଟଙ୍କା ୨୪ ପଇସା ରହିଛି।

କେମିତି ଜାଣିବେ ଆପଣଙ୍କ ସହରରେ କେତେ ଅଛି ଦାମ୍:

ପେଟ୍ରୋଲ ଏବଂ ଡିଜେଲ ଦାମ୍ ଆପଣ SMS ମାଧ୍ୟମରେ ମଧ୍ୟ ଜାଣିପାରିବେ। ଇଣ୍ଡିଆନ ଅଏଲ ୱେବସାଇଟ ଅନୁଯାୟୀ ଆପଣଙ୍କୁ ଏବଂ ନିଜ ସହରର କୋଡ୍ ଲେଖି ୯୨୨୪୯୯୨୨୪୯ ନମ୍ବରକୁ ପଠାଇବାକୁ ହେବ। ପ୍ରତି ସହରର କୋଡ୍ ଅଲଗା ଅଲଗା ରହିଥାଏ। ଯାହା ଆପଣଙ୍କୁ ଆଇସିଓଏଲ ୱେବସାଇଟରୁ ମିଳିଯିବ।

ପ୍ରତିଦିନ ଛଅଟା ବେଳେ ବଦଳିଯାଏ ମୂଲ୍ୟ:

ସୂଚନା ମୁତାବକ, ପ୍ରତ୍ୟେକ ଦିନ ସକାଳ ୬ଟା ରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ। ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ। ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ।

 

Barsha

Recent Posts

ପ୍ୟାରିସ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍‌ ଘୋଷଣା, ଓଡିଆ ଖେଳାଳି ଅମିତ ରୋହିଦାସଙ୍କୁ ସୁଯୋଗ

ଜୁଲାଇରେ ହେବାକୁ ଥିବା ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍ ଘୋଷଣା ହୋଇଛି । ହରମନପ୍ରୀତ ସିଂହଙ୍କ ନେତୃତ୍ୱରେ…

7 mins ago

ବର୍ଷାରେ ଜଳମଗ୍ନ ରାଜଧାନୀ, ଯାତାୟାତ ବାଧାପ୍ରାପ୍ତ

ଭୁବନେଶ୍ୱର: ଗରମ ଓ ଗୁଳୁଗୁଳିରୁ ମିଳିଲା ଆଶ୍ବସ୍ତି । ଭୁବନେଶ୍ବର ଓ କଟକରେ ଝଡ଼ପବନ ସହ ବର୍ଷା । ରାଜଧାନୀର…

9 mins ago

ସେଲଫି ନେବା ସମୟରେ ଫ୍ୟାନ୍ସଙ୍କୁ ଧକ୍କା ମାରିଲେ ଧନୁଷଙ୍କ ବଡିଗାର୍ଡ, ଭାଇରାଲ ହେଉଛି ଭିଡିଓ

ଫ୍ୟାନ୍ସ ପ୍ରାୟତଃ ବଲିଉଡ ଷ୍ଟାରମାନଙ୍କ ସହିତ ଫଟୋ ଉଠାଇବାକୁ ଏବଂ ଦେଖା କରିବାକୁ ଚାହଁଥାନ୍ତି । ତେବେ ଅନେକ ଥର…

49 mins ago

ବଦଳିଲା ପାଣିପାଗର ମିଜାଜ: ରାଜଧାନୀରେ ପ୍ରବଳ ବର୍ଷା, ବୁଡିଲା କାର୍‌ ଓ ବସ୍‌

ଭୁବନେଶ୍ୱର: ବଦଳିଲା ପାଣିପାଗର ମିଜାଜ। ରାଜଧାନୀର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା । ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା…

1 hour ago

ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼ ବୟାନ, ନିଶା ଦ୍ୱାରା ସମାଜ କଳୁଷିତ ହେଉଛି

ଭୁବନେଶ୍ୱର: ଓଡ଼ିଶାକୁ ମଦ ମୁକ୍ତ କରିବା ପାଇଁ ଯୋଜନା । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼…

1 hour ago

ମଦ ପାଇଁ ପ୍ରତି ବର୍ଷ ଯାଉଛି ୩୦ ଲକ୍ଷ ଲୋକଙ୍କ ଜୀବନ, ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ୍‌ ଦେଲା ଚେତାବନୀ

ପ୍ରତି ବର୍ଷ ୩୦ ଲକ୍ଷ ଲୋକଙ୍କର ମଦ ପାଇଁ ଯାଉଛି ଜୀବନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଙ୍ଗଳବାର ଏହା…

1 hour ago