Below header

କମିଲା ପେଟ୍ରୋଲ ଓ ଡିଜେଲ ମୂଲ୍ୟ, ଜାଣନ୍ତୁ ଆପଣଙ୍କ ସହରରେ ଆଜି କେତେ ରହିଛି ଦର

ଆଜି ପେଟ୍ରୋଲ ଓ ଡିଜେଲ ଦର ସାମାନ୍ୟ ହ୍ରାସ ପାଇଛି । ଶୁକ୍ରବାର ଅପେକ୍ଷା ଆଜି ତୈଳ ଦରରରେ କିଛିଟା ପରିବର୍ତ୍ତନ ଦେଖିବାକୁ ମିଳିଛି। ଆଜି ସକାଳ ସମୟରେ ପ୍ରକାଶିତ ହୋଇଥିବା ରିପୋର୍ଟ ଅନୁଯାୟୀ ସାମାନ୍ୟ କମିଛି ପେଟ୍ରୋଲ ଡିଜେଲ ଦର । ଗତକାଲି ଭୁବନେଶ୍ୱରରେ ପେଟ୍ରୋଲ ଲିଟର ପିଛା ୮୨ ଟଙ୍କା ୧୮ ପଇସା ରହିଥିବା ବେଳେ ଆଜି ସକାଳେ କିନ୍ତୁ ଏହି ମୂଲ୍ୟ ୮୧ ଟଙ୍କା ୯୮ ପଇସା ରହିଥିବା ନେଇ ଜଣାଯାଇଛି | ସେହିପରି ଡିଜେଲ ଲିଟର ପିଛା ୭୬ଟଙ୍କା ୬୮ ପଇସା ରହିଥିବା ନେଇ ରେକର୍ଡ ହୋଇଛି । ଯେବେକି ଏହି ମୂଲ୍ୟ ଗତକାଲି ୭୭ ଟଙ୍କା ଉପରେ ୩୧ ପଇସା ରହିଥିଲା ।

ପେଟ୍ରୋଲ ଏବଂ ଡିଜେଲ ଦାମ ଆପଣ SMS ମାଧ୍ୟମରେ ମଧ୍ୟ ଜାଣିପାରିବେ। ଇଣ୍ଡିଆନ ଅଏଲ ୱେବସାଇଟ ଅନୁଯାୟୀ ଆପଣଙ୍କୁ ଏବଂ ନିଜ ସହରର କୋଡ୍ ଲେଖି ୯୨୨୪୯୯୨୨୪୯ ନମ୍ବରକୁ ପଠାଇବାକୁ ହେବ। ପ୍ରତି ସହରର କୋଡ୍ ଅଲଗା ଅଲଗା ରହିଥାଏ। ଯାହା ଆପଣଙ୍କୁ ଆଇସିଓଏଲ ୱେବସାଇଟରୁ ମିଳିଯିବ।

ସୂଚନା ମୁତାବକ ପ୍ରତ୍ୟେକ ଦିନ ସକାଳ ୬ଟା ରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ। ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ । ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ।

 

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.